ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭାରତ ନ୍ୟୁଜିଲାଣ୍ଡ ଦ୍ବିତୀୟ ଟି-୨୦; ଟସ୍ ଜିତି ବୋଲିଂ କରିବ ଟିମ୍ ଇଣ୍ଡିଆ, ଡେବ୍ୟୁ କଲେ ହର୍ଷଲ ପଟେଲ

ରାଞ୍ଚି: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଆଜି ରାଞ୍ଚିରେ ଖେଳାଯାଉଛି ଦ୍ବିତୀୟ ଟି-୨୦ ମ୍ୟାଚ୍ । ଦ୍ବିତୀୟ ଟି-୨୦ରେ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ଭାରତ । ଭାରତ ଏବେ ୧-୦ରେ ଆଗୁଆ ରହିଥିବା ବେଳେ ଏହି ମ୍ୟାଚ ଜିତି ସିରିଜ୍‌ କବ୍‌ଜା କରିବା ଲକ୍ଷ୍ୟରେ ରହିଛି । ଜୟପୁରରେ ଖେଳାଯାଇଥିବା ପ୍ରଥମ ଟି-୨୦ ମ୍ୟାଚରେ ୫ ଓ୍ବିକେଟରେ ବିଜୟ ଲାଭ କରିଥିଲା ଟିମ୍ ଇଣ୍ଡିଆ । ନୂଆ କୋଚ୍ ରାହୁଲ ଦ୍ରାବିଡ ଓ ନୂଆ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ବରେ ଭାରତ ବିଜୟର ଅଭିଯାନ ଆରମ୍ଭ କରିଥିଲା । ପ୍ରଥମ ମ୍ୟାଚରେ ବିଜୟ ଲାଭ ପରେ ଦ୍ବିତୀୟ ମ୍ୟାଚରେ ବିଜୟ ଲାଭ କରି ଏହି ସିରିଜକୁ ନିଜ ନାମରେ କରିବାକୁ ଚେଷ୍ଟା କରିବ ଟିମ୍ ଇଣ୍ଡିଆ । ଅନ୍ୟପଟେ ନ୍ୟୁଜିଲାଣ୍ଡ ପାଇଁ ଏହି ମ୍ୟାଚ କର ବା ମର ପରିସ୍ଥିତି ସୃଷ୍ଟି କରିଛି । ଯଦି ଆଜିର ମ୍ୟାଚରେ ପରାଜୟ ଲାଭ କରେ ତେବେ ଏହି ସିରିଜରେ ମଧ୍ୟ ପରାଜୟ ବରଣ କରିବ ନ୍ୟୁଜିଲାଣ୍ଡ । ସେଥିପାଇଁ ଦ୍ବିତୀୟ ଟି-୨୦ ମ୍ୟାଚ ଜିତି ସିରିଜ୍‌ ବରାବର କରିବାକୁ ଚେଷ୍ଟା କରିବ କିଓ୍ବି ଟିମ ।

ତେବେ ବଡ କଥା ହେଉଛି ଭାରତୀୟ ଦଳରେ ମହମ୍ମଦ ସିରାଜଙ୍କୁ ବାଦ ଦିଆଯାଇଛି । ତାଙ୍କ ସ୍ଥାନ​‌ରେ ଡେବ୍ୟୁ କରିଛନ୍ତି ହର୍ଷଲ ପଟେଲ ।

ଭାରତ: ରୋହିତ୍ ଶର୍ମା (କ୍ୟାପଟେନ୍), ଲୋକେଶ ରାହୁଲ୍, ସୂର୍ଯ୍ୟକୁମାର ଯାଦବ, ଶ୍ରେୟସ ଆୟର, ଋଷଭ ପନ୍ତ (ୱିକେଟ୍ କିପର), ଭେଙ୍କଟେଶ ଆୟର୍, ଅକ୍ଷର ପଟେଲ, ଆର୍ ଅଶ୍ୱିନ୍, ଭୁବନେଶ୍ୱର କୁମାର, ହର୍ଷଲ ପଟେଲ, ଦୀପକ ଚହର୍।

ନ୍ୟୁଜିଲାଣ୍ଡ : ମାର୍ଟିନ ଗପ୍ଟିଲ୍, ଡାରିଏଲ୍ ମିଚେଲ୍, ଗ୍ଲେନ୍ ଫିଲିପ୍ସ, ମାର୍କ ଚାପମ୍ୟାନ୍, ଟିମ୍ ସିଫର୍ଟ (ୱିକେଟ୍ କିପର), ରଚିନ୍ ରବୀନ୍ଦ୍ର, ମିଚେଲ୍ ସାଣ୍ଟନର, ଟିମ୍ ସାଉଦୀ (କ୍ୟାପଟେନ୍), ଟଡ୍ ଆଷ୍ଟଲ୍, ଲକି ଫର୍ଗୁସନ୍, ଟ୍ରେଣ୍ଟ ବୋଲ୍ଟ।

Leave A Reply

Your email address will not be published.