ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭାରତ ଓ ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ : ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିସିପି

ଭୁବନେଶ୍ୱର : ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଟି-୨୦ ମ୍ୟାଚ । ଏଥିପାଇଁ ଆସନ୍ତାକାଲି ଭୁବନେଶ୍ବରରେ ପହଞ୍ଚିବେ ଖେଳାଳି । ଖେଳାଳି ଆସିବା ପୂର୍ବରୁ ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କଲା କମିଶନରେଟ ପୋଲିସ । ଭୁବନେଶ୍ୱର ଡିସିପି ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବା ସହ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି । କିଭଳି ଖେଳାଳିଙ୍କୁ କର୍ଡନ କରି ହୋଟେଲ ପର୍ଯ୍ୟନ୍ତ ନିଆଯିବ ସେ ନେଇ ରୁଟ ମ୍ୟାପ ପ୍ରସ୍ତୁତ କରିଛନ୍ତି । ବିଭିନ୍ନ ସ୍ଥାନରେ ସାଧାପୋଷାକରେ ପୋଲିସ ମୁତୟନ ହେବେ । ଏୟାରପୋର୍ଟ ଅଥରିଟିଙ୍କ ସହ ଆଲୋଚନା କରିଛନ୍ତି ନିଜେ ଡିସିପି ।

ପ୍ରଥମ ଥର ପାଇଁ ଭିଭିଆଇପି ଗେଟରେ ବାହାରିବେ ଉଭୟ ଦେଶର ଖେଳାଳି । ପୂର୍ବରୁ କାର୍ଗୋ ଗେଟ ଦେଇ ବାହରୁଥିଲେ ଖେଳାଳି। ଏଥିପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଗହଳିକୁ ଆଖି ଆଗରେ ରଖି ବ୍ୟାରିକେଡ ବ୍ୟବସ୍ଥା କରାଯିବ। ସୁରକ୍ଷା ବ୍ୟବସ୍ଥାରେ ସମୁଦାୟ ୨୧ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ଏହି ଆଲୋଚନା ସମୟରେ କମିଶନରେଟ ପୋଲିସର ବରିଷ୍ଠ ଅଧିକାରୀ, ସିଆଇଏସଏଫର ଅଧିକାରୀମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.