ପୁଣିଥରେ ଚିନ୍ତା ବଢାଇଲାଣି କରୋନା : ୨୪ ଘଣ୍ଟାରେ ୧୨୦ ମୃତ, ୧୬,୫୭୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ପୁଣିଥରେ ଭାରତରେ କାୟା ମେଲାଇବା ଆରମ୍ଭ କରିଛି ମହାମାରୀ କରୋନା ଭାଇରସ। କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଦେଶରେ ଦୈନିକ ସଂକ୍ରମଣ ୧୬ ହଜାର ପାର କରିଛି। ସେହିପରି ୨୪ ଘଣ୍ଟାରେ ପୁଣିଥରେ ୧୦୦ରୁ ଅଧିକ ଲୋକ ଏହି ପ୍ରାଣଘାତୀ ଭାଇରସରେ ପ୍ରାଣ ହରାଇବାରୁ ସମସ୍ତଙ୍କ ଚିନ୍ତା ବଢ଼ି ଯାଇଛି।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ, ଗତ ୨୪ ଘଣ୍ଟାରେ ଦେଶରେ ମୋଟ ୧୬,୫୭୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧,୧୦,୬୩,୪୯୧ରେ ପହଞ୍ଚି ଯାଇଛି। ସେହିପରି ଗତକାଲି ୧୨,୧୭୯ ଜଣ ଲୋକ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଫଳରେ ଦେଶରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧,୦୭,୫୦,୬୮୦ ଛୁଇଁଛି।
India reports 16,577 new #COVID19 cases, 12,179 discharges and 120 deaths in the last 24 hours, as per the Union Health Ministry
Total cases: 1,10,63,491
Total discharges: 1,07,50,680
Death toll: 1,56,825
Active cases: 1,55,986Total Vaccination: 1,34,72,643 pic.twitter.com/9gPKfgmlgz
— ANI (@ANI) February 26, 2021
ଅନ୍ୟପକ୍ଷରେ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁ ଆଉ ୧୨୦ ଜଣ ଲୋକଙ୍କ ଜୀବନ ଯାଇଛି। ନୂଆ ମୃତକଙ୍କୁ ମିଶାଇ ଦେଶରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୧,୫୬,୮୨୫ରେ ପହଞ୍ଚି ଯାଇଛି। ଦେଶରେ ଆକ୍ଟିଭ କେସ୍ ସଂଖ୍ୟା ୧,୫୫,୯୮୬ ରହିଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୧,୩୪,୭୨,୬୪୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୨୫ ସୁଦ୍ଧା ସମୁଦାୟ ୨୧,୪୬,୬୧,୪୬୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୮,୩୧,୮୦୭ଟି ନମୁନା।
ସେପ୍ଟେମ୍ବର ମାସରୁ ଦେଶରେ କରୋନା ସଂକ୍ରମଣ ହ୍ରାସ ପାଇଥିଲା। ହେଲେ ଫେବୃଆରୀ ମାସ ଆରମ୍ଭରୁ ଏହା ପୁଣି ଉପର ମୁହାଁ ହୋଇଛି। ବିଶେଷ କରି ମହାରାଷ୍ଟ୍ର ଓ କେରଳ ଭଳି ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏଠାରେ କରୋନାର ନୂଆ ଷ୍ଟ୍ରେନ ସାମ୍ନାକୁ ଆସିଥିବାରୁ ସମସ୍ତଙ୍କ ଚିନ୍ତା ବଢ଼ି ଯାଇଛି।