ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦେଶରେ ୨୪ ଘଣ୍ଟାରେ ୫୬ ହଜାର ୨୧୧ ନୂଆ କରୋନା ଆକ୍ରାନ୍ତ, ୨୭୧ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ୨୪ ଘଣ୍ଟାରେ ଆଉ ୫୬  ହଜାର ୨୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୧ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୬୨ ହଜାର ୧୧୪କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୨୦ ଲକ୍ଷ ୯୫ ହଜାର ୮୫୫ରେ ପହଞ୍ଚିଛି। ସେହିପରି ମୋଟ ୧ କୋଟି ୧୩ ଲକ୍ଷ ୯୩ ହଜାର ୦୨୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୫ ଲକ୍ଷ ୪୦ ହଜାର ୭୨୦  ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Leave A Reply

Your email address will not be published.