ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦେଶରେ ଭୟଙ୍କର ସ୍ଥିତିରେ ସଂକ୍ରମଣ : ୨୪ ଘଣ୍ଟାରେ ୨ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ, ୧,୦୩୮ ମୃତ

ନୂଆଦିଲ୍ଲୀ : ଦେଶରେ କରୋନା ସ୍ଥିତି ଅସମ୍ଭାଳ ହୋଇ ପଡିଛି। ଦିନକୁ ଦିନ ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବା ସହ ଆତଙ୍କ ରଚୁଛି ମହାମାରୀ। ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୦୩୮ଜଣଙ୍କ ମୃତ୍ୟୁ ହୋଇଛି ।


କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୦୦,୭୩୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧,୦୩୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୪୦,୭୪,୫୬୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୧,୦୩୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୭୩,୧୨୩ରେ ପହଞ୍ଚିଛି।

ଏଥି ସହିତ ଆରୋଗ୍ୟଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୯୩,୫୨୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୨୪,୨୯, ୫୬୪। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪,୭୧,୮୭୭।

Leave A Reply

Your email address will not be published.