ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଅକ୍ଷର ଓ ଅଶ୍ବନୀଙ୍କ ଘାତକ ବୋଲିଂ : ମାତ୍ର ୮୧ ରନ୍‌ରେ ଇଂଲଣ୍ଡ ଅଲ୍‌ଆଉଟ

ଅହମଦାବାଦ :  ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଚାଲିଥିବା ୩ୟ ଦିବାରାତ୍ର ଟେଷ୍ଟ ମ୍ୟାଚରେ ଭ୍ରମଣକାରୀ ଦଳ ପୁଣି ଥରେ ବ୍ୟାଟିଂ ବିଫଳତାର ଶିକାର ହୋଇଛି। ସମ୍ପୂର୍ଣ୍ଣ ସ୍ପିନରମାନଙ୍କୁ ସୁହାଉଥିବା ଏହି ଲୋ ସ୍କୋରିଂ ପିଚ୍‌ରେ ଇଂଲଣ୍ଡ ୨ୟ ଇନିଂସରେ ମାତ୍ର ୮୧ ରନ୍‌ କରି ଅଲଆଉଟ୍‌ ହୋଇଯାଇଛି। ଫଳରେ ପ୍ରଥମ ଇନିଂସରେ ୩୩ ରନ୍‌ରେ ପଛୁଆ ଥିବା ଭ୍ରମଣକାରୀ ଦଳ ଘରୋଇ ଦଳକୁ ୪୯ ରନ୍‌ର ବିଜୟ ଲକ୍ଷ୍ୟ ଦେଇଛି ।

ସ୍ପିନରଙ୍କ ପାଇଁ ଭୂସ୍ୱର୍ଗ ପାଲଟିଥିବା ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ପୁଣି କମାଲ୍‌ କରିଛନ୍ତି ଅକ୍ଷର ପଟେଲ ଓ ରବିଚନ୍ଦ୍ରନ୍ ଅଶ୍ୱିନ। ଦୁହିଁଙ୍କ ଘାତକ ସ୍ପିନ୍ ବଳରେ ଭାରତ ଭ୍ରମଣକାରୀ ଇଂଲଣ୍ଡ ଟିମକୁ ଦ୍ୱିତୀୟ ଇନିଂସରେ ମାତ୍ର ୮୧ ରନରେ ଅଲଆଉଟ୍ କରିଦେଇଛି। ଇଂଲଣ୍ଡ ପକ୍ଷରୁ ବେନ୍ ଷ୍ଟୋକ୍ସ ସର୍ବାଧିକ ୨୫ ରନ୍ କରିଥିବା ବେଳେ କ୍ୟାପଟେନ୍ ଜୋ ରୁଟ୍ ୧୯, ଓଲି ପୋପ୍ ୧୨ ରନ୍ କରିଥିଲେ। ତେବେ ଡମ୍ ସିବଲେ (୭), ଜ୍ୟାକ୍ କ୍ରଲୀ (୦), ଜନ୍ନି ବେୟାରଷ୍ଟୋ (୦), ବେନ୍ ଫୋକ୍ସ (୮), ଜୋଫ୍ରା ଆର୍ଚର୍ (୦), ଜ୍ୟାକ୍ ଲିଚ୍ (୯) ଓ ଜେମ୍ସ ଆଣ୍ଡରସନ୍ (୦) ଦୁଇ ଅଙ୍କ ଛୁଇଁପାରିନଥିଲେ। ଷ୍ଟୁଆର୍ଟ ବ୍ରଡ୍ ୧ ରନ୍ କରି ଅପରାଜିତ ଥିଲେ।

ପ୍ରଥମ ଇନିଂସରେ ଇଂଲଣ୍ଡ ୧୧୨ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଏହାର ଜବାବରେ ଭାରତ ବ୍ୟାଟିଂ କରି ୧୪୫ ରନ୍‌ରେ ଅଲଆଉଟ୍‌ ହୋଇଥିଲା। ଇଂଲଣ୍ଡ ୨ୟ ଇନିଂସ ବ୍ୟାଟିଂ ଆରମ୍ଭ କରିଥିବାବେଳେ ଭାରତୀୟ ସ୍ପିନରଙ୍କୁ ସାମ୍ନା କରିବା କଷ୍ଟସାଧ୍ୟ ହୋଇଥିଲା। ଭାରତ ପକ୍ଷରୁ ଅକ୍ଷର ପଟେଲ ପୁଣିଥରେ କମାଲ୍‌ କରିଛନ୍ତି। ସେ ୩୨ ରନ୍ ଦେଇ ୫ଟି ଓ ଅଶ୍ୱିନ୍ ୪୮ ରନ୍ ଦେଇ ୪ଟି ସଫଳତା ପାଇଛନ୍ତି। ୱାଶିଂଟନ୍ ସୁନ୍ଦର ଗୋଟିଏ ୱିକେଟ୍‌ ନେଇଛନ୍ତି। ପ୍ରଥମ ଇଂନିସରେ ୬ ୱିକେଟ ନେଇଥିବା ଅକ୍ଷର ଏହି ଟେଷ୍ଟରେ ମୋଟ୍ ୧୧ ୱିକେଟ ନେଇଥିବା ବେଳେ ଅଶ୍ବନୀ ପ୍ରଥମ ଇଂନିସରେ ୩ ଓ ଦ୍ବିତୀୟ ଇଂନିସରେ ୪ ୱିକେଟ ସହ ମୋଟ ୭ ୱିକେଟ ନେଇଛନ୍ତି।

Leave A Reply

Your email address will not be published.