ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବୃହତ ବିଜୟ, ୨ୟ ଟେଷ୍ଟ ଜିତି ସିରିଜ କବଜା କଲା ବିରାଟ ବାହିନୀ

ମୁମ୍ବାଇ: ଭ୍ରମଣକାରୀ ନ୍ୟୁଜିଲାଣ୍ଡ ବିପକ୍ଷରେ ସ୍ଥାନୀୟ ୱାଙ୍ଖଡେ ଷ୍ଟାଡିୟମରେ ଚିଲିଥିବା ୨ୟ ଟେଷ୍ଟ ମ୍ଯାଚରେ ଭାରତ ବୃହତ ବିଜୟ । ନ୍ୟୁଜିଲାଣ୍ଡକୁ ୩୭୨ ରନରେ ହରାଇଛି ଭାରତ । ଏହାସହ ସିରିଜକୁ ୧-୦ରେ କବଜା କରିଛି ବିରାଟ ବାହିନୀ ।

ତୃତୀୟ ଦିନ ଖେଳ ଶେଷ ସୁଦ୍ଧା ନ୍ୟୁଜିଲାଣ୍ଡ ୫ ଓ୍ବିକେଟ ହରାଇ ସଂଗ୍ରହ କରିଥିଲା ୧୪୦ ରନ । ପ୍ରଥମ ଇନିଂସରେ ଭାରତ ୩୨୫ ରନ କରି ଅଲଆଉଟ ହୋଇଥିଲା । ଏଜାଜ୍‌ ପଟେଲ ୧୦ଓ୍ବିକେଟ ନେଇ ଇତିହାସ ରଚିଥିଲେ । ଅପରପକ୍ଷେ ନ୍ୟୁଜିଲାଣ୍ଡ ମାତ୍ର ୬୨ରନ କରି ଅଲଆଉଟ ହୋଇଯାଇଥିଲା । ଦ୍ବିତୀୟ ଇନିଂସ ଆରମ୍ଭ କରିଥିବା ଟିମ ଇଣ୍ଡିଆ, ତୃତୀୟ ଦିନ ଖେଳ ଜାରି ରହିଥିବା ବେଳେ ୭ଓ୍ବିକେଟ ହରାଇ ୨୭୬ରନ କରି ପାଳି ସମାପ୍ତି ଘୋଷଣା କରିଥିଲା । ଫଳରେ ନ୍ୟୁଜିଲାଣ୍ଡକୁ ୫୪୦ ରନର ବିଶାଳ ବିଜୟ ଲକ୍ଷ୍ୟ ମିଳିଥିଲା । କିନ୍ତୁ ତୃତୀୟ ଦିନ ଖେଳ ଜାରି ରହିଥିବା ବେଳେ ଦ୍ବିତୀୟ ଇନିଂସ ଆରମ୍ଭରୁ ହିଁ ବ୍ୟାଟିଂ ବିପର୍ଯ୍ଯୟର ସମ୍ମୁଖୀନ ହୋଇଥିଲା ନ୍ୟୁଜିଲାଣ୍ଡ ଟିମ । ଫଳରେ ବିଜୟ ଠାରୁ ବହୁ ଦୂରରେ ଦଳ ରହିଥିଲା ।

୫୪୦ ରନର ବିଶାଳ ବିଜୟ ଲକ୍ଷ୍ୟ ନେଇ ଦ୍ବିତୀୟ ଇନିଂସ ଆରମ୍ଭ କରିଥିବା ନ୍ୟୁଜିଲାଣ୍ଡ ୧୪୦ ରନ କରି ୫ ଓ୍ବିକେଟ ହରାଇଥିଲା । ଦଳ ପକ୍ଷରୁ ଓପନର ଟମ ଲାଥାମ୍‌ ଏବଂ ଓ୍ବିଲ୍‌ ୟଙ୍ଗ ଫେଲ ମାରିଛନ୍ତି । ଲାଥାମ୍‌ ମାତ୍ର ୬ରନ କରି ଆଉଟ ହୋଇଥିବା ବେଳେ ୟଙ୍ଗ ୨୦ ରନ କରି ଆଉଟ ହୋଇଥିଲେ । ଡାରିଲ ମିଚେଲ୍‌ ଅର୍ଦ୍ଧଶତକ୬୦ ରନ ହାସଲ କରିଥିଲେ ସୁଦ୍ଧା ବଡ ସ୍କୋରରେ ପରିଣତ କରିବାକୁ ସକ୍ଷମ ହୋଇନଥିଲେ । ସେହିଭଳି ରସ୍ ଟେଲର ମାତ୍ର ୬ରନ କରି ଆଉଟ ହୋଇଥିବା​‌ ବେଳେ, ଟମ୍‌ ବ୍ଲଣ୍ଡେଲ ଖାତା ଖୋଲି ପାରି ନ ଥିଲେ । ଚତୁର୍ଥ ଦିନରେ ଦଳ ଆଉ ମାତ୍ର ୨୭ ରନ୍ ଯୋଡି ୧୬୭ ଅଲଆଉଟ୍ ହୋଇଯାଇଥିଲା ।

ଭାରତ ପକ୍ଷରୁ ରବିଚନ୍ଦ୍ରନ ଅଶ୍ବିନ ୪ଟି, ଅକ୍ଷର ପଟେଲ ଗୋଟିଏ ଓ ଜୟନ୍ତ ଯାଦବ ୪ଟି ଓ୍ୱିକେଟ୍ ନେଇଥିଲେ ।

Leave A Reply

Your email address will not be published.