ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଅନ୍ତର୍ଜାତୀୟ ଯୋଗ ଦିବସ: ଶ୍ରୀନଗରରେ ଯୋଗ ଦିବସ ପାଳନ କଲେ ମୋଦୀ

ନୂଆଦିଲ୍ଲୀ: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଚଳିତ ବର୍ଷ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରୁଛି ସାରା ବିଶ୍ୱ। ଚଳିତ ବର୍ଷ ଏହି ଦିବସରେ ଥିମ୍‌‌ ରହିଛି ‘ନିଜ ଓ ସମାଜ ପାଇଁ ଯୋଗ’। ଏହି ଅବସରରେ ଶ୍ରୀନଗରରେ ଯୋଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଡାଲ୍‌‌ ହ୍ରଦ ନିକଟରେ ଥିବା ଶୈର-ଏ-କଶ୍ମୀର ଇଣ୍ଟରନ୍ୟାସନାଲ ସେଣ୍ଟରରେ ଆୟୋଜିତ ଯୋଗ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ପ୍ରାୟ ୭ହଜାର ଲୋକଙ୍କ ସହ ସାମିଲ ହୋଇ ଯୋଗ କରିଛନ୍ତି ମୋଦୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଯୋଗ ପ୍ରତି ସାରା ବିଶ୍ୱ ଆକର୍ଷିତ ହୋଇଛି। ଦିନକୁ ଦିନ ଅଧିକରୁ ଅଧିକ ଲୋକ ଯୋଗାଭ୍ୟାସ କରୁଛନ୍ତି। ଶରୀର ଓ ମନକୁ ସୁସ୍ଥ ରଖିବା ପାଇଁ ଯୋଗ ଅତ୍ୟନ୍ତ ଆବଶ୍ୟକ।

Leave A Reply

Your email address will not be published.