ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କରୋନା ପାଇଁ ବାତିଲ ହେଲା ଆଇପିଏଲର ୧୪ତମ ସଂସ୍କରଣ

ନୂଆଦିଲ୍ଲୀ: ଆଇପିଏଲର ୨୦୨୧ ସଂସ୍କରଣରେ କରୋନାର ଆତଙ୍କ। ବାତିଲ ହେଲା ଆଇପିଏଲ । ବିଭିନ୍ନ ଦଳର ଖେଳାଳି କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଆଇପିଏଲକୁ ବାତିଲ କରାଯାଇଛି । ଏନେଇ ବିସିସିଆଇ ଉପସଭାପତି ରାଜୀବ ଶୁକ୍ଳା ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ସୋମବାର କୋଲକାତା ନାଇଟ୍ ରାଇଡର୍ସର ଦୁଇ ଜଣ ଖେଳାଳି ବରୁଣ ଚକ୍ରବର୍ତ୍ତୀ ଓ ସନ୍ଦୀପ ଓ୍ଵାରିୟର କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ପରେ ସୋମବାର କେକେଆର ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯିବାକୁ ଥିବା ମୁକାବିଲା ସ୍ଥଗିତ ରଖା ଯାଇଥିଲା। ଏହା ବ୍ୟତୀତ ଚେନ୍ନାଇ ସୁପରକିଙ୍ଗ୍ସର ତିନି ସଦସ୍ୟ କରୋନା ସଂକ୍ରମିତ ହୋଇଛନ୍ତି।ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ ଓ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚ୍ ପୂର୍ବରୁ ହାଇଦ୍ରାବାଦର ୨ ଖେଳାଳି ପଜିଟିଭ୍ ଚିହ୍ନଟ ହୋଇଥିଲେ ।

ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇ ବିନା ଦର୍ଶକରେ ଏଥର ଆଇପିଏଲ କରାଯାଉଥିଲେ ମଧ୍ୟ ଖେଳାଳିମାନଙ୍କ ମଧ୍ୟରେ ସଂକ୍ରମଣ ଆରମ୍ଭ ହେବା ଯୋଗୁ ଆଇପିଏଲକୁ ବାତିଲ କରାଯାଇଛି।

Leave A Reply

Your email address will not be published.