ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଇପିଏଲ ୨୦୨୨ କ୍ୱାଲିଫାୟର-୧ : ଗୁଜରାଟ୍‌କୁ ୧୮୯ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ରାଜସ୍ଥାନ

କୋଲକାତା : ନବାଗତ ଗୁଜରାଟ ଟାଇଟାନ୍ସ ଏବଂ ୨୦୦୮ ଚାମ୍ପିଅନ୍‍ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଚଳିତ ଇଣ୍ଡିଆନ୍‍ ପ୍ରିମିୟର ଲିଗ୍‍ (ଆଇପିଏଲ୍‍)ର ପ୍ରଥମ କ୍ୱାଲିଫାୟର ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଖେଳାଯାଉଛି। ଆଜିର ମ୍ୟାଚ୍‌ରେ ଗୁଜରାଟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ । ଯାହା ଫଳରେ ସଞ୍ଜୁ ସାମସନଙ୍କ ରାଜସ୍ଥାନ ରୟାଲ୍ସ ପ୍ରଥମେ ବ୍ୟାଟିଂ କରିଥିଲା। ରାଜସ୍ଥାନ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରର ଖେଳ ଖେଳି ୪ ୱିକେଟ ବିନିମୟରେ ୧୮୮ ରନ୍‌ ସଂଗ୍ରହ କରିଛି।

ରାଜସ୍ଥାନ ରୟାଲ୍ସ ପକ୍ଷରୁ ପୁଣି ଦମଦାର ବ୍ୟାଟିଂ କରିଛନ୍ତି ନିର୍ଭରଯୋଗ୍ୟ ବ୍ୟାଟର ଜସ ବଟଲର। ସେ ମାତ୍ର ୫୬ ବଲ ଖେଳି ୮୯ ରନ କରିଥିଲେ । ନିଜର ଏହି ଇନିଂସରେ ସେ ୨ଟି ଛକା ଓ ୧୨ଟି ଚୌକା ମାରିଥିଲେ । ଅଧିନାୟକ ସଞ୍ଜୁ ସାମସନ ୪୭ ରନ କରିଥିଲେ । ସେହିପରି ଦେବୀଦତ୍ତ ପଡ଼ିକଲ୍ଲ ୨୮ ରନ କରିଥିଲେ । ତେବେ ସିମରନ ହେଟମେୟର ଓ ରିୟାନ ପରାଗ ମାତ୍ର ୪ ରନ ଲେଖାଏଁ କରିଥିଲେ । ଗୁଜୁରାଟ ପକ୍ଷରୁ ମହମ୍ମଦ ସମି, ସାଇ କିଶୋର, ହାର୍ଦିକ ପାଣ୍ଡ୍ୟା ଓ ୟଶ ଦୟାଲ ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ ।

Leave A Reply

Your email address will not be published.