ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବିଧାନସଭାରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ ବିଜେପି,କଂଗ୍ରେସ ଓ ବିଜେଡି

ଭୁବନେଶ୍ବର : ବିଧାନସଭାରେ ଉଠିଲା ବିଧାୟକ ମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗ । ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ ବିଜେପି,କଂଗ୍ରେସ ଓ ବିଜେଡି । ବିରୋଧୀ ଦଳର ମୁଖ୍ୟ ସଚେତକ ମୋହନ ମାଝୀ ପ୍ରସଙ୍ଗ ଉଠାଇ କହିଛନ୍ତି ଶେଷ ଥର ପାଇଁ ୧୩.୦୯.୨୦୧୭ ରେ ବିଧାୟକ ମାନଙ୍କ ଗସ୍ତ ଖର୍ଚ୍ଚ ଓ ଦରମା ବଢିଥିଲା । ଆଉ ଏବେ ସବୁ ରେଟ ବି ବଢିଛି ତେଣୁ ବିଧାୟକ ମାନଙ୍କ ଦରମା ଓ ଗସ୍ତ ଖର୍ଚ୍ଚ ବଢ଼ାଇବାକୁ ଦାବି କରିଛନ୍ତି ବିରୋଧୀ ଦଳର ମୁଖ୍ୟ ସଚେତକ ମୋହନ ମାଝୀ।

ଅନ୍ୟ ରାଜ୍ୟର ବିଧାୟକ ମାନେ ଅଧିକ ଟଙ୍କା ଦରମା ପାଉଥିବା ବେଳେ ଆମ ରାଜ୍ୟରେ ତାହା ବହୁତ କମ ରହିଛି । ଓଡ଼ିଶାରେ ବିଧାୟକ ମାନଙ୍କ ଦରମା ଓ ଗସ୍ତ ଖର୍ଚ୍ଚ କୁ ମିଶାଇ ମୋଟ ୯୯ ହଜାର ୮୦୦ ଟଙ୍କା ରହିଛି ତେଣୁ ତାକୁ ବଢାଯାଉ । ସେହିପରି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହୀନିପତି ମଧ୍ୟ ଦରମା ବଢ଼ାଇକୁ ଦାବି କରିଛନ୍ତି । ଅନେକ ସୋସିଆଲ କାର୍ଯ୍ୟକ୍ରମକୁ ଯାଉଛନ୍ତି ତେଣୁ ଖର୍ଚ୍ଚ ବଢୁଛି । ଏହା ସହ ପୂର୍ବତନ ବିଧାୟକ ମାନେ ପେନସନ ମାତ୍ର ୩୦ ହଜାର ପାଉଛନ୍ତି ତେଣୁ ଉଭୟ ପୂର୍ବତନ ବିଧାୟକଙ୍କ ପେନସନ ଏବଂ ବିଧାୟକ ମାନଙ୍କ ଦରମା ବଢ଼ାଇବାକୁ ଦାବି କରିଛନ୍ତି ତାରା । ଅନ୍ୟପଟେ ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀ ମଧ୍ୟ କହିଛନ୍ତି ଦରମା, ପେନସନ ଏବଂ ମେଡ଼ିକାଲ ଆଲାଉନସ୍ ବଢ଼ାଇବାକୁ ଦାବି କରିଛନ୍ତି । ସେହିପରି ସ୍ଵାଧୀନ ବିଧାୟକ ମକରନ୍ଦ ମୁଦୁଲି ମଧ୍ୟ ବିଧାୟକ ମାନଙ୍କ ଦରମା ବଢ଼ାଇବାକୁ ଦାବି କରିଛନ୍ତି ।

Leave A Reply

Your email address will not be published.