ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୀତରେ ଭିଜେଇବ ବର୍ଷା : ପଶ୍ଚିମା ଝଡ ପ୍ରଭାବରେ ଆସନ୍ତା ୧୦ରୁ ୧୧ ଜିଲ୍ଲାରେ ବର୍ଷା

ଭୁବନେଶ୍ବର : ରାଜ୍ୟରେ ଶୀତ ଲହର ଲାଗି ରହିଥିବା ବେଳେ ଆସୁଛି ବର୍ଷା। ହାଡ ଭଙ୍ଗା ଶୀତ ଥରାଉଥିବା ବେଳେ ଭିଜେଇବାକୁ ଆସୁଛି ବର୍ଷା। ରାଜ୍ୟରେ ଆସନ୍ତା ୧୦ରୁ ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା । ପଶ୍ଚିମ ଓଡିଶାର ପ୍ରାୟ ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି । ୧୦ ପରେ ବର୍ଷାର ପରିମାଣ ବଢିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ପଶ୍ଚିମା ଝଡ ପ୍ରଭାବରେ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

୧୦ ତାରିଖରୁ ରାଜ୍ୟର ୧୧ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୧୦ଟି ଜିଲ୍ଲାଗୁଡିକ ହେଉଛି- ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା. ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର । ସମ୍ପୃକ୍ତ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।

ତେବେ ଜାନୁଆରି ୯ ଓ ୧୨ରେ ପଶ୍ଚିମ ଓଡ଼ିଶାରେ ଏବଂ ଉତ୍ତର ଓ ଉପକୂଳ ଓଡ଼ିଶାରେ ୧୦ ଓ ୧୪ ତାରିଖ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ସୋଆସ୍ଥିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଥିଲା । କେନ୍ଦ୍ରର ସୂଚନା ମୁତାବକ, ୧୦ରୁ ୧୪ ମଧ୍ୟରେ ଉତ୍ତର ଓଡ଼ିଶାରେ ଅନୁରୂପ ବୃଷ୍ଟିପାତ ହୋଇପାରେ । ୧୧ରୁ ୧୪ ତାରିଖ ମଧ୍ୟରେ ଉପକୂଳ ଜିଲ୍ଲାଗୁଡ଼ିକରେ ବର୍ଷା ହୋଇପାରେ । ପଶ୍ଚିମ ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ କିମ୍ବା କୁଆପଥର ମାଡ଼ ହେବ।

ସେପଟେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡି ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ୭ ତାରିଖ ଦିନ ୧୦ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପରେ କୌଣସି ସିଷ୍ଟମ ନଥିବାରୁ ରାଜ୍ୟର ପାଗ ମୁଖତଃ ଶୁଖିଲା ରହିବା ସହ ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ବୋଲି ପାଣିପାଗ ବିଭାଗ କହିଛି ।

Leave A Reply

Your email address will not be published.