ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦୁଇ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର : ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପୂର୍ବ ଦୀଗରୁ ଆସୁଥିବା ପବନ ଯୋଗୁଁ ଏକ ଟ୍ରଫଲାଇନ୍‍ ରହିଛି। ଏହାଦ୍ୱାରା ଗୁରୁବାର କୋରାପୁଟ, ମାଲକାନଗିରି, ରାୟଗଡ଼଼ା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଆଦିରେ ବର୍ଷା ହେବ। ସେହିପରି ଶୁକ୍ରବାର ଗଞ୍ଜାମ, ଗଜପତିରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବର୍ଷା ଯୋଗୁଁ ପାଗ ମେଘୁଆ ରହିବ ଓ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା ବିଶେଷ ହ୍ରାସ ହେବ ନାହିଁ। ଅନ୍ୟପଟେ ଦୁଇ ଦିନ ପରେ ରାଜ୍ୟରେ ୩-୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବ ବୋଲି ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚଆର ବିଶ୍ୱାସ କହିଛନ୍ତି। ଗତ ୨୪ ଘଣ୍ଟାରେ ଦାରିଙ୍ଗବାଡ଼ିରେ ରାଜ୍ୟର ତାପମାତ୍ରା ୧୧.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ମୋଟ୍‍ ୩ ସହରରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି।

Leave A Reply

Your email address will not be published.