ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୁଣି ଲଜ୍ଜା: ୫ ବର୍ଷ ଶିଶୁକନ୍ୟାକୁ ଚକୋଲେଟ୍ ଲୋଭ ଦେଖାଇ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଗିରଫ

ଯାଜପୁର: ଯାଜପୁର ଜିଲ୍ଲା ବିହାରୀ ପଞ୍ଚାୟତ ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଚକୋଲେଟ୍ ଲୋଭ ଦେଖାଇ ଜଣେ ୫ ବର୍ଷର ନିଷ୍ପାପ ଓ ନିରୀହ ଶିଶୁ କନ୍ୟା ସହ ଦୁଷ୍କର୍ମ ହୋଇଥିବା ଅଭିଯୋଗ  ହୋଇଛି। ଉକ୍ତ ଘଟଣାରେ ଅଭିଯୁକ୍ତ ପ୍ରଫୁଲ୍ଲ ପଣ୍ଡାକୁ ଗିରଫ କରିଛି ଯାଜପୁର ଥାନା ପୁଲିସ । ଡାକ୍ତରୀ ପରୀକ୍ଷା ପରେ ତାକୁ କୋର୍ଟ ଚାଲାଣ କରାଯାଇଛି।

ଅଭିଯୋଗ ଅନୁଯାୟୀ, ଶୁକ୍ରବାର ରାତିରେ ଏହି ଘଟଣା ଘଟିଥିବା । ଝିଅଟି ଘର ବାରଣ୍ଡାରେ ଠିଆ ହୋଇଥିବା ବେଳେ ପ୍ରଫୁଲ୍ଲ ତାକୁ ଚକୋଲେଟ ଲୋଭ ଦେଖାଇ ଦୁଷ୍କର୍ମ କରିଥିଲା। ପୀଡ଼ିତା ଚିତ୍କାର କରିବାରୁ ଘଟଣାସ୍ଥଳରୁ ଫେରାର ହୋଇଥିଲା ଅଭିଯୁକ୍ତ । ଗୁରୁତର ଅବସ୍ଥାରେ ଶିଶୁକୁ ଉଦ୍ଧାର ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପୁଲିସ ଅଧିକ ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.