ପରଲୋକରେ ଝାରସୁଗୁଡାର ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେ

ଝାରସୁଗୁଡ଼ା: ଝାରସୁଗୁଡାର ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେଙ୍କ ପରଲୋକ ହୋଇଛି । ଆଜି ଭୋର ସମୟରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ଯକୃତ ରୋଗରେ ପୀଡିତ ଥିଲେ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

କଂଗ୍ରେସରେ ଜଣେ ବରିଷ୍ଠ ନେତା ଭାବେ ବେଶ୍‌ ଜଣାଶୁଣା ଥିଲେ ବିରେନ୍ଦ୍ର । ସେ ଝାରସୁଗୁଡ଼ାରୁ କଂଗ୍ରେସ ଟିକେଟରେ ୩ ଥର ନିର୍ବାଚନ ଜିତିଥିଲେ। ସେ ୧୯୮୦, ୧୯୮୫ ଓ ୧୯୯୫ ମସିହାରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାଛଡ଼ା ବୀରେନ୍ଦ୍ର ପାଣ୍ଡେ ଝାରସୁଗୁଡ଼ାର ପୌରପାଳ ଭାବେ ମଧ୍ୟ ନିର୍ବାଚିତ ହୋଇଥିଲେ। ସେ ଝାରସୁଗୁଡ଼ା ଜିଲ୍ଲା କଂଗ୍ରେସର ସଭାପତି ଭାବେ ମଧ୍ୟ ଦାୟିତ୍ବ ବହନ କରିଥିଲେ। ବିରେନ୍ଦ୍ର ପାଣ୍ଡେଙ୍କ ଦେହାନ୍ତ ଖବର ଶୁଣି ପୁରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Leave a comment