ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଜିଓ ପକ୍ଷରୁ ଜିଓଫାଇବର୍ ପୋଷ୍ଟପେଡ୍ ପ୍ଲାନର ଶୁଭାରମ୍ଭ: ଇଣ୍ଟରନେଟ୍ ବକ୍ସ ସହିତ ମାଗଣା ଇନଷ୍ଟଲେସନ୍ ସୁବିଧା

ଭୁବନେଶ୍ୱର: ରିଲାଏନ୍ସ ଜିଓ ପକ୍ଷରୁ ଜିଓଫାଇବର୍ ବ୍ୟବହାରକାରୀମାନଙ୍କ ପାଇଁ ବିଭିନ୍ନ ପ୍ରକାରର ଆକର୍ଷଣୀୟ ପୋଷ୍ଟ୍‌ପେଡ୍ ପ୍ଲାନ୍ ସମୂହ ଘୋଷଣା କରାଯାଇଛି । ଏହି ପ୍ଲାନ୍‌ଗୁଡିକର ମାସିକ ମୂଲ୍ୟ ୩୯୯ ଟଙ୍କାରୁ ଆରମ୍ଭ ହେଉଛି । ଜୁନ୍ ୧୭ରୁ ଲାଗୁ ହେବାକୁ ଯାଉଥିବା ନୂଆ ପୋଷ୍ଟପେଡ୍ ପ୍ଲାନ୍‌ଗୁଡିକର ଶୁଭାରମ୍ଭ କରିବା ସହିତ କଂପାନି ପକ୍ଷରୁ ଘୋଷଣା କରାଯାଇଛି ଯେ ସବୁ ନୂଆ ଗ୍ରାହକଙ୍କୁ ଇଟଂରନେଟ୍ ବକ୍ସ ଅର୍ଥାତ ରାଉଟର ବିନା ମୂଲ୍ୟରେ ମିଳିବ । ମୋଟ ଉପରେ ଗ୍ରାହକ ପୂର୍ବାପେକ୍ଷା ୧୫୦୦ ଟଙ୍କା ଅଧିକ ସଂଚୟ କରିପାରିବେ । ଯଦି ଗ୍ରାହକମାନେ ଅତିକମ୍‌ରେ ୬ ମାସର ଭାଲିଡିଟି ପ୍ଲାନ୍ ନେବେ ତେବେ ତାଙ୍କୁ ମାଗଣାରେ ଇଟଂରନେଟ୍ ବକ୍ସ ଓ ଇନଷ୍ଟଲେସନ ସୁବିଧା ମିଳିବ ।

ଜିଓଫାଇବର୍ ନୂଆ ପୋଷ୍ଟପେଡ୍ ପ୍ଲାନ୍‌ର ଏକ ବଡ଼ ସୁବିଧା ହେଉଛି ଏଥିରେ ସମାନ ଅପ୍‌ଲୋଡ୍ ଓ ଡାଉନ୍‌ଲୋଡ୍ ସ୍ପିଡ୍ ମିଳିବ । ମାସିକ ୩୯୯ ଟଙ୍କିଆ ପ୍ଲାନ୍‌ରେ ୩୦ ଏମ୍‌ବିପିଏସ୍‌, ୬୯୯ ଟଙ୍କାର ପ୍ଲାନ୍‌ରେ ୧୦୦ ଏମ୍‌ବିପିଏସ୍‌, ୯୯୯ ଟଙ୍କାର ପ୍ଲାନ୍‌ରେ ୧୫୦ ଏମ୍‌ବିପିଏସ୍ ଓ ୧୪୯୯ ଟଙ୍କାର ପ୍ଲାନ୍‌ରେ ୩୦୦ ଏମ୍‌ବିପିଏସ୍‌ର ଅପ୍‌ଲୋଡ୍ ଓ ଡାଉନ୍‌ଲୋଡ୍ ସ୍ପିଡ୍ ବ୍ୟବହାରକାରୀଙ୍କୁ ମିଳିବ । ଏହା ବ୍ୟତୀତ ଜିଓଫାଇବର୍‌ରେ ୧ ଜିବିପିଏସ୍ ପର୍ଯ୍ୟନ୍ତର ପ୍ଲାନ୍ ଉପଲବ୍ଧ ରହିଛି ।

ରିଲାଏନ୍ସ ଜିଓର ୯୯୯ ଟଙ୍କିଆ ପୋଷ୍ଟପେଡ୍ ଜିଓଫାଇବର୍ ସଂଯୋଗରେ ଗ୍ରାହକମାନଙ୍କୁ ମାଗଣାରେ ଓଟିଟି ଆପ୍‌ର ଲାଭ ମଧ୍ୟ ମିଳିବ । ଆମାଜନ୍ ପ୍ରାଇମ୍‌, ଡିଜ୍‌ନି ହଟ୍‌ଷ୍ଟାର୍‌, ସୋନି ଲିଭ୍‌, ଜି୫, ଭୁଟ୍ ସିଲେକ୍ଟ, ସନ୍ ନେକ୍ସଟ ଓ ହୋଇଚୋଇ ଭଳି ୧୪ ଲୋକପ୍ରିୟ ଓଟିଟି ଆପ୍ ମିଳିବ । ୧୪୯୯ ଟଙ୍କିଆ ପ୍ଲାନ୍‌ରେ ନେଟ୍‌ଫ୍ଲିକ୍ସ ସହିତ ସମସ୍ତ ୧୫ ଓଟିଟି ଆପ୍ ସାମିଲ ରହିବ । ଏହି ଆପ୍‌ଗୁଡ଼ିକର ବଜାର ମୂଲ୍ୟ ହେଉଛି ୯୯୯ ଟଙ୍କା । ଓଟିଟି ଆପ୍ ଯେଭଳି ନିରବଚ୍ଛିନ୍ନ ଭାବେ ଓ ଉତ୍ତମ ଗୁଣବତ୍ତାରେ ଚାଲିପାରିବ ତାହାକୁ ନିଶ୍ଚିତ କରିବା ଲାଗି କଂପାନି ତରଫରୁ ୧୦୦୦ ଟଙ୍କାର ଫେରସ୍ତଯୋଗ୍ୟ ସିକ୍ୟୁରିଟି ଡିପୋଜିଟ୍ ନେଇ ଗ୍ରାହକଙ୍କୁ ଅତ୍ୟାଧୁନିକ ୪କେ ସେଟ୍ ଟପ୍ ବକ୍ସ ମଧ୍ୟ ବିନା ମୂଲ୍ୟରେ ପ୍ରଦାନ କରାଯିବ ।

ସୁଚନାଯୋଗ୍ୟ ଯେ, ଦେଶର ସର୍ବବୃହତ୍ ବ୍ରଡ୍‌ବ୍ୟାଣ୍ଡ୍ ସେବା ପ୍ରଦାନକାରୀଭାବେ ରିଲାଏନ୍ସ ଜିଓ ଏହାର ହାଇସ୍ପିଡ୍ ବ୍ରଡ୍‌ବ୍ୟାଣ୍ଡ୍ ସେବା ଜିଓଫାଇବର୍‌ର ଦେଶବ୍ୟାପୀ ଦ୍ରୁତ ସଂପ୍ରସାରଣ ଜାରି ରଖିଛି । ଏହି କ୍ରମରେ ଓଡିଶାର ୨୫ ରୁ ଅଧିକ ସହର ଓ ନଗରର ପ୍ରମୁଖ ଅଂଚଳଗୁଡିକରେ ଜିଓଫାଇବର ସେବା ଉପଲବ୍ଧ ହୋଇସାରଥିବାବେଳେ ଅନ୍ୟ ସହର ଓ ନଗରଗୁଡିକୁ ସଂପ୍ରସାରଣ କାର୍ୟ୍ୟ ଜାରି ରହିଛି । ଜିଓଫାଇବର ଓଡ଼ିଶାରେ ବ୍ୟକ୍ତିବିଶେଷଙ୍କ ଠାରୁ ଆରମ୍ଭ କରି କ୍ଷୁଦ୍ର ଓ ବୃହତ ଉଦ୍ୟୋଗ ଏବଂ ବିଭିନ୍ନ କ୍ଷେତ୍ରର ପ୍ରଫେସନାଲଙ୍କ ଆବଶ୍ୟକତା ପୂରଣ କରୁଛି ଏବଂ ଅସୀମିତ ମନୋରଂଜନ, ଖବର, ସ୍ୱାସ୍ଥ୍ୟ ଏବଂ ଶିକ୍ଷା ପ୍ଲାଟଫର୍ମର ସୁଯୋଗ ଯୋଗାଇଦେଇ ସେମାନଙ୍କୁ ସମୃଦ୍ଧ ଅନୁଭୂତି ପ୍ରଦାନ କରୁଛି ।

ଭୁବନେଶ୍ୱର, କଟକ, ପୁରୀ, ଜଟଣି, ଅନୁଗୁଳ, ସମ୍ବଲପୁର, ରାଉରକେଲା, ଝାରସୁଗୁଡା, ବେଲପାହାଡ, ବ୍ରଜରାଜନଗର, ସୁନ୍ଦରଗଡ, ବଲାଙ୍ଗୀର, କେନ୍ଦୁଝର, ଭବାନିପାଟଣା, କୋରାପୁଟ, ରାୟଗଡା, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର ରୋଡ, ଭଦ୍ରକ, ତାଳଚେର, ଖୋର୍ଦ୍ଧା, ବ୍ରହ୍ମପୁର, ବାଲେଶ୍ୱର, ଜୟପୁର ଏବଂ ରାଜଗାଙ୍ଗପୁର ସହରର ପ୍ରମୁଖ ଅଂଚଳରେ ଉପଲବ୍ଧ ହେବା ସହିତ ରାଜ୍ୟର ଅନ୍ୟ ପ୍ରମୁଖ ନଗର ଓ ସହରାଂଚଳକୁ ତାହାର ସେବାର ଦ୍ରୁତ ସମ୍ପ୍ରସାରଣ ଜାରି ରଖିଛି ।

Leave A Reply

Your email address will not be published.