ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶ୍ରୀମନ୍ଦିର ପ୍ରରିକ୍ରମା ଯୋଜନା ପାଇଁ ୧ କୋଟି ଟଙ୍କା ପ୍ରଦାନ କଲା କଳିଙ୍ଗ କମର୍ସିଆଲ୍

ପୁରୀ: ସମସ୍ତଙ୍କୁ ଆକୃଷ୍ଟ କରୁଛନ୍ତି ମୁଖ୍ୟମନ୍ତ୍ରୀଙ୍କ ‘ଶ୍ରୀମନ୍ଦିର ପରିକ୍ରମା’ ଯୋଜନା । ଏହି ଯୋଜନା ଲାଗି କଳିଙ୍ଗ କମର୍ସିଆଲ୍ କର୍ପୋରେସନ୍ ଲିମିଟେଡ୍ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନକୁ ୧ କୋଟି ଟଙ୍କା ପ୍ରଦାନ କରିଛି । ସଂସ୍ଥାର ପରିଚାଳନା ନିର୍ଦ୍ଦେଶକ ଡକ୍ଟର ସୌମ୍ୟ ରଞ୍ଜନ ସାମଲ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଏହି ଅର୍ଥ ରାଶି ପ୍ରଦାନ କରିଛନ୍ତି ।

ମହାପ୍ରଭୁଙ୍କର ଶ୍ରୀମନ୍ଦିର ପରିକ୍ରମା ଯୋଜନାକୁ ସମ୍ପୂର୍ଣ୍ଣ କରିବା ପାଇଁ ସମସ୍ତେ ସଂକଳ୍ପ ନେଇ କାମ କରିବା ଏବଂ କାମ ଶୀଘ୍ର ଶେଷ କରିବା ପାଇଁ ନିଷ୍ଠାର ସହିତ ଉଦ୍ୟମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ । କହିଥିଲେ- ପ୍ରତ୍ୟେକ ଓଡିଆ, ପ୍ରତି ଜଗନ୍ନାଥ ପ୍ରେମୀ ସମସ୍ତଙ୍କ ହୃଦୟରେ ଗୋଟିଏ ଇଚ୍ଛା, ମହାପ୍ରଭୁଙ୍କର ଏହି କାର୍ୟ୍ୟରେ ସାମିଲ ହେବା ତଥା ଏଥିରେ ନିଜର କିଛି ଅବଦାନ ରଖିବା । ଏଥିରେ ଅନୁପ୍ରାଣିତ ହୋଇ କଳିଙ୍ଗ କମର୍ସିଆଲ କର୍ପୋରେସନ ଲିମିଟେଡ୍ ଅର୍ଥ ଦେଇଛି ।

କଳିଙ୍ଗ କମର୍ସିଆଲ କର୍ପୋରେସନ ଲିମିଟେଡର ନିର୍ଦ୍ଦେଶକ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କୁ ଭେଟି ଶ୍ରୀମନ୍ଦିର ପରିକ୍ରମା ଯୋଜନାରେ ପ୍ରଭୁଙ୍କ ଦର୍ଶନ ଓ ସମ୍ଭାବ୍ୟ ସୁବିଧା ସୁଯୋଗ ପାଇଁ ୧ କୋଟି ଟଙ୍କାର ଆର୍ଥିକ ସହାୟତା ଦେଇଛନ୍ତି । ଏହି ସହାୟତା ପ୍ରଭୁଙ୍କ ସେବାରେ ଲାଗୁଥିବାରୁ ସେ ଧନ୍ୟ ମନେ କରିବା ସହ ରାଜ୍ୟ ସରକାରଙ୍କ ଆଭିମୁଖ୍ୟକୁ ବେଶ ପ୍ରଶଂସା କରିଛନ୍ତି ।

Leave A Reply

Your email address will not be published.