ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରେଳ ମନ୍ତ୍ରୀଙ୍କୁ ଭେଟିଲେ କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ, ରେଳ କ୍ଷେତ୍ରର ବିକାଶ ପାଇଁ କଲେ ଦାବି

ଫୁଲବାଣୀ: କନ୍ଧମାଳ ସଂସଦୀୟ କ୍ଷେତ୍ରରେ ରେଳପଥ ନିର୍ମାଣ ନେଇ ସାଂସଦ ଅଚ୍ୟୁତ ସାମନ୍ତ ରେଳମନ୍ତ୍ରୀ ଅଶ୍ୱିନ୍‍ ବୈଷ୍ଣବଙ୍କ ସହ ସାକ୍ଷାତ କରି ପୁଣିଥରେ ଦାବି ଉପସ୍ଥାପନ କରିଛନ୍ତି। ବୁଧବାର ଶ୍ରୀ ସାମନ୍ତ ରେଳମନ୍ତ୍ରୀଙ୍କୁ ତାଙ୍କ କାର୍ଯ୍ଯାଳୟରେ ସାକ୍ଷାତ କରିବା ସହ ଏ ସମ୍ପର୍କିତ ଏକ ଦାବି ପତ୍ର ପ୍ରଦାନ କରିଥିଲେ। ଏହି ସାକ୍ଷାତକାର ପରେ କନ୍ଧମାଳକୁ ରେଳପଥ ନିର୍ମାଣ ନେଇ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀ ଅଶ୍ୱିନି ବୈଷ୍ଣବ ପ୍ରତିଶ୍ରୁତି ଦେଇଛନ୍ତି।

ସୂଚନାଯୋଗ୍ୟ, କନ୍ଧମାଳ ସାଂସଦ ଶ୍ରୀ ସାମନ୍ତଙ୍କ ଦାବି ଉପରେ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିବା ପାଇଁ ଗତ ଜୁଲାଇ ୯ ତାରିଖରେ ରେଲୱେ ଷ୍ଟାଣ୍ଡିଂ କମିଟିର ଯୁଗ୍ମ ସମ୍ପାଦକ ପ୍ରସନ୍ନଜିତ ସିଂହ ବୋର୍ଡ ଅଧ୍ୟକ୍ଷ ତଥା ସିଇଓ ସୁମିତ୍‍ ଶର୍ମାଙ୍କୁ ଚିଠି ଲେଖି କନ୍ଧମାଳବାସୀଙ୍କ ଦୀର୍ଘ ଦିନର ଦାବି ସଂପର୍କରେ ଅବଗତ କରାଇଥିଲେ। ନୂତନ ରେଳମନ୍ତ୍ରୀ ଖୁବ ଶୀଘ୍ର କନ୍ଧମାଳକୁ ରେଳପଥ ସଂଯୋଗ କାର୍ଯ୍ଯ ତ୍ୱରାନ୍ୱିତ କରିବେ ବୋଲି ଶ୍ରୀ ସାମନ୍ତ ଆଶା ପୋଷଣ କରିଛନ୍ତି।

Leave A Reply

Your email address will not be published.