bitcoin
Bitcoin (BTC) 2,239,709.31 0.28%
ethereum
Ethereum (ETH) 137,872.16 0.05%
tether
Tether (USDT) 77.63 0.07%
usd-coin
USD Coin (USDC) 77.71 0.08%
bnb
BNB (BNB) 23,481.62 0.27%
xrp
XRP (XRP) 29.87 1.54%
binance-usd
Binance USD (BUSD) 77.79 0.06%
cardano
Cardano (ADA) 35.59 1.46%
solana
Solana (SOL) 3,234.19 0.42%
dogecoin
Dogecoin (DOGE) 6.33 4.68%

କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବମ୍ପର ପ୍ୟାକେଜ; ଉପକୃତ ହେବେ ମୋଟ ୮ ଲକ୍ଷ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି । ଦୂର ହେବ କେନ୍ଦୁପତ୍ର ତୋଳାଳୀଙ୍କ ଦୁଃଖ । ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଥିରେ ତୋଳାଳି ମାନେ ପାଇବେ ୨ ଶହ ୪୦ କୋଟି ଟଙ୍କା । ଫଳରେ ଉପକୃତ ହେବେ ୭.୫୦ ଲକ୍ଷ କେନ୍ଦୁପତ୍ର ତୋଳାଳୀ । ଏହା ସହିତ ବୋନସ ଓ ଅନ୍ୟାନ୍ୟ ଭତ୍ତା ପାଇଁ ୧୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ରାଜ୍ୟ ସରକାର । ମୋଟ୍ ଉପକୃତ ହେବେ ୮ ଲକ୍ଷ କେନ୍ଦୁପତ୍ର ତୋଳାଳି ଓ ଅନ୍ୟ କର୍ମଚାରୀ ।

ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ ଅଂଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି କରାଯାଇଛି। ଏହାଦ୍ଵାରା ରାଜ୍ୟରେ ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇପାରିବେ ।

ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଜନଜାତି ମହିଳା । ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ ମଧ୍ୟ୍ୟ ୧୨୦ କୋଟି ଟଙ୍କା ମଂଜୁର କରାଯାଇଛି । ଏହାଦ୍ଵାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ ଉପକୃତ ହେବେ । ସୂଚନା ଅନୁସାରେ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟର ସମସ୍ତ ଲାଭକୁ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀଙ୍କ କଲ୍ୟାଣ ପାଇଁ ବିନିଯୋଗ କରୁଛନ୍ତି ।

Leave a comment