ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କୋରାଇ ରେଳ ଷ୍ଟେସନରେ ମାଲବାହୀ ଟ୍ରେନ ଦୁର୍ଘଟଣା ଘଟଣା, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋରାଇ ରେଳ ଷ୍ଟେସନରେ ମାଲବାହୀ ଟ୍ରେନ ଦୁର୍ଘଟଣା ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାଣ ହରାଇଥିବା ଲୋକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆସୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନା ଅନୁଯାୟୀ, ଯାଜପୁର କୋରାଇ ରେଳ ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି । ପ୍ଲାଟଫର୍ମ ଉପରକୁ ୮ରୁ ଅଧିକ ବଗି ମାଡି ଯାଇଥିଲା । ଟିକେଟ୍ କାଉଣ୍ଟର ସହ ପାହାଚକୁ ଟ୍ରେନ ବଗି ଗୁଡିକ ମାଡ଼ିଯାିଥିଲା । ଯାହାଫଳରେ ବଗି ତଳେ ଚାପି ହୋଇଥିବା ୩  ଜଣଙ୍କ ମୃତ ହୋଇଥିବାବେଳେ ୪ ଜଣ ଗୁରୁତର ଭାବେ ଉଦ୍ଧାର ହୋଇଛନ୍ତି । ଉଦ୍ଧାର କାର୍ଯ୍ଯରେ ଅଗ୍ନିଶମବାହିନୀ ଓ ଆରପିଏଫ କର୍ମଚାରୀ ନିୟୋଜିତ ଅଛନ୍ତି । ବଗି ଓ ଭଙ୍ଗା ଘରେ ଆହୁରି ଅନେକ ଚାପି ହୋଇରହିଥିବା ସନ୍ଦେହ କରାଯାଉଛି ।

Leave A Reply

Your email address will not be published.