ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପ୍ରସିଦ୍ଧ ନୂଆଁଖାଇ ପର୍ବ ଲାଗି ଲଗ୍ନ ଧାର୍ଯ୍ଯ

ବଲାଙ୍ଗୀର: ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୂଆଁଖାଇ ପର୍ବ ପାଇଁ ଲଗ୍ନ ଧାର୍ଯ୍ଯ ହୋଇଯାଇଛି। ପାଟଣା ମହାରାଜାଙ୍କ ହାଉସ୍‌ ହୋଲ୍ଡ ଅଫିସ ପକ୍ଷରୁ ବିଧିବଦ୍ଧ ଭାବେ ଏହି ସୂଚନା ଦିଆଯାଇଛି। ଏହି ନବାନ୍ନ ଲାଗି ନୀତିକାନ୍ତି ଆସନ୍ତା ସେପ୍ଟେମ୍ବର ୧ ତାରିଖ ତଥା ଗୁରୁବାର ସକାଳ ୧୦ଟା ୫୪ମି.ରୁ ଦିନ ୧୧ ଟା ୦୮ମି. ମଧ୍ୟରେ ଅନୁଷ୍ଠିତ ହେବା ନେଇ ସୂଚନା ମିଳିଛି।

ଜ୍ୟୋତିଷ ପଣ୍ଡିତ ମହାସଭାର ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟିର ସିଦ୍ଧାନ୍ତ କ୍ରମେ ପୂର୍ବତନ ପାଟଣା ଷ୍ଟେଟ୍‌ ତଥା ମହାରାଜାଙ୍କ ଇଷ୍ଟଦେବୀ ଶ୍ରୀ ଶ୍ରୀ ପାଟଣେଶ୍ୱରୀ ଓ ସମଲେଶ୍ୱରୀଙ୍କ ରାଶି ନକ୍ଷତ୍ର ଏବଂ ପୂର୍ବ ପରମ୍ପରା ଅନୁଯାୟୀ ଧାର୍ଯ୍ଯ କରାଯାଇଛି । ସେପ୍ଟେମ୍ବର ୧ ତାରିଖ ଦିନ ସମଗ୍ର ବଲାଙ୍ଗୀର ଜିଲ୍ଲାରେ ନବାନ୍ନ ବିଧି ଅନୁଷ୍ଠିତ ହେବ।

Leave A Reply

Your email address will not be published.