ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଲକ୍ଷ୍ମୀପୁର ଖେରୀ ହିଂସାକାଣ୍ଡ: ଆସିଲା ପ୍ରାଣ ହରାଇଥିବା ଚାଷୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ଲକ୍ଷ୍ମୀପୁର ଖେରୀରେ ଘଟିଥିବା ହିଂସାକାଣ୍ଡରେ ପ୍ରାଣ ହରାଇଥିବା ୯ ଜଣଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ସାମ୍ନାକୁ ଆସିଛି। ୮ ଜଣଙ୍କ ମଧ୍ୟରେ ୪ ଜଣ ଚାଷୀ ଥିବା ବେଳେ ଆଉ ୪ ଜଣ ବିଜେପି କର୍ମୀ। ସେହିପରି ସ୍ଥାନୀୟ ସାମ୍ବାଦିକ ରମଣ କଶ୍ୟପ ମଧ୍ୟ ହିଂସାକାଣ୍ଡରେ ଜୀବନ ହରାଇଛନ୍ତି।

ଲକ୍ଷ୍ମୀପୁର ଖେରୀରେ ଚାଷୀମାନେ ଆନ୍ଦୋଳନ କରୁଥିବା ବେଳେ ସେମାନଙ୍କ ଉପରେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ଗାଡ଼ି ମଡ଼ାଇ ଦେଇଥିବା ଅଭିଯୋଗ ହୋଇଥିଲା। ଏଥିସହ ସେଠାରେ ଗୁଳିକାଣ୍ଡ ଘଟିଥିବା ମଧ୍ୟ କୁହାଯାଇଥିଲା। ଆଜି ଶବ ବ୍ୟବଚ୍ଛେଦ ରିପୋର୍ଟରେ ୯ ଜଣଙ୍କ ମଧ୍ୟରୁ କେହି ବି ଗୁଳି ମାଡ଼ରେ ପ୍ରାଣ ହରାଇ ନଥିବା ସ୍ପଷ୍ଟ ହୋଇଛି। ୪ ଜଣ ଚାଷୀ ଶକ, ବ୍ରେନ ହେମରେଜ ଓ ଘୋଷରା ଯୋଗୁ ପ୍ରାଣ ହରାଇଛନ୍ତି। ସେହିପରି ବିଜେପିର ୪ ଜଣ କର୍ମୀ ଠେଙ୍ଗା ମାଡ଼ ଯୋଗୁ ପ୍ରାଣ ହରାଇଥିବା ବ୍ୟବଚ୍ଛେଦ ରିପୋର୍ଟରେ କୁହାଯାଇଛି। ସାମ୍ବାଦିକ ରମଣ କଶ୍ୟପଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ଶବ ବ୍ୟବଚ୍ଛେଦରୁ ଜଣାପଡ଼ିଛି । ତାଙ୍କର ମୃତ୍ୟୁ ମଧ୍ୟ ଶକ ଓ ବ୍ରେନ ହେମରେଜ ଯୋଗୁ ହୋଇଛି।

Leave A Reply

Your email address will not be published.