ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଦିଲ୍ଲୀ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ସ୍ବାସ୍ଥ୍ଯବସ୍ଥା ବିଗିଡ଼ିବାରୁ ଗତକାଲି ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାଯାଇଛି। ସ୍ବାସ୍ଥ୍ଯ ବିଶେଷଜ୍ଞମାନେ ତାଙ୍କ ସ୍ବାସ୍ଥ୍ଯବସ୍ଥାକୁ ଅହରହ ଯାଞ୍ଚ କରୁଛନ୍ତି।

ଗତକାଲି ବିଳମ୍ବିତ ରାତିରେ ଅସୁସ୍ଥ ହୋଇ ପଡ଼ିଥିଲେ ଆଡଭାନୀ। ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଆଡଭାନୀ ୟୁରୋଲୋଜି ବିଶେଷଜ୍ଞଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଛନ୍ତି। ବୟସାଧିକ କାରଣରୁ ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ ହୋଇ ପଡ଼ିଥିବା ସୂଚନା ରହିଛି।

Leave A Reply

Your email address will not be published.