ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ହଟ୍ଟଗୋଳ ଭିତରେ ବିଧାନସଭାରେ ପାରିତ ହେଲା ଓଡିଶା ବସ୍ତି ବାସିନ୍ଦା ମାନଙ୍କର ଭୂମି ଅଧିକାର ସଂଶୋଧନ ବିଲ

ଭୁବନେଶ୍ୱର: ହଟଗୋଳ ଭିତରେ ବିଧାନସଭାରେ ପାରିତ ହୋଇଛି ଓଡିଶା ବସ୍ତି ବାସିନ୍ଦା ମାନଙ୍କର ଭୂମି ଅଧିକାର ସଂଶୋଧନ ବିଲ। ଏହା ଦ୍ୱାରା ଯେଉଁମାନେ ବସ୍ତିରେ ଦୀର୍ଘ ଦିନ ଧରି ବାସ କରୁଥିବେ ସେମାନଙ୍କୁ ୩୦ ବର୍ଗ ମିଟର ଜାଗା ଯୋଗାଇ ଦିଆଯିବ । ଯାହା ଫଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଗୃହ ନିର୍ମାଣ ଯୋଜନାରେ ଉପକୃତ ହୋଇ ପାରିବେ। ଏହି ସଂଶୋଧନ ଆଇନ ଦ୍ୱାରା ବସ୍ତି ବାସିନ୍ଦାଙ୍କର ଭୂମି ଅଧିକାର ଓ ଗୃହ ନିର୍ମାଣ ସୁନିଶ୍ଚିତ କରାଯାଇ ପାରିବ।

ପୂର୍ବରୁ ରାଜ୍ୟ କ୍ୟାବିନେଟରେ ବସ୍ତି ବାସିନ୍ଦାମାନଙ୍କ ପାଇଁ ଜମି ଅଧିକାର ଅଧିନିୟମ ୨୦୧୭ରେ ସଂଶୋଧନ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଥିଲା। ଆଜି ଏହା ବିଧାନସଭାରେ ପାରିତ ହୋଇଛି। ଏହି ପଦକ୍ଷେପ ପରେ ବସ୍ତି ବାସିନ୍ଦା ଆଉ ଏକ ବଡ଼ ସୁବିଧା ପାଇବେ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏବଂ ଅନ୍ୟ ସରକାରୀ ବାସଗୃହ ଯୋଜନାରେ ସାମିଲ ହେବାର ଯୋଗ୍ୟତା ହାସଲ କରିପାରିବେ। ପ୍ରଚଳିତ ବ୍ୟବସ୍ଥା ଅନୁସାରେ ଯାହା ପାଖରେ ଅନ୍ୟୁନ ୩୦ ବର୍ଗ ମିଟର ଜମି ନାହିଁ ସେମାନେ ସରକାରୀ ବାସଗୃହ ଯୋଜନାରୁ ବଞ୍ଚିତ ହେଉଥିଲେ।

ସୂଚନା ଅନୁଯାୟୀ, ଆଜି ହଟ୍ଟଗୋଳ ଭିତରେ ବିଧାନସଭାରେ ୩ଟି ବିଲ୍‌ ପାରିତ ହୋଇଛି।

Leave A Reply

Your email address will not be published.