ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସ୍ବର୍ଗଦ୍ବାରରେ ସମ୍ପନ୍ନ ହେଲା ପଦ୍ମଶ୍ରୀ ପ୍ରଫେସର ରଜତ କରଙ୍କ ଶେଷକୃତ୍ୟ

ପୁରୀ : ପଦ୍ମଶ୍ରୀ ପ୍ରଫେସର ରଜତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ପୁରୀ ସ୍ବର୍ଗଦ୍ବାର ଠାରେ ସମ୍ପର୍ଣ୍ଣ ହୋଇଛି । ଜ୍ୟେଷ୍ଠପୁତ୍ର ଶ୍ରୀ ରଞ୍ଜିତ କର ମୁଖାଗ୍ନି ଦେଇଛନ୍ତି । ପ୍ରଫେସର କର ଗତକାଲି ୮୯ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ । ସ୍ବର୍ଗତ କର ଜଣେ ବାଗ୍ନୀ, ପ୍ରବଚକ, ସାହିତ୍ୟିକ, ଗବେଷକ, ଶିକ୍ଷାବିତ ଓ ନାଟ୍ୟକାର ଭାବେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ । ପୁରୀ ସ୍ବର୍ଗଦ୍ବାରରେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତ‍ପ ଜେନ‍ା, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ପୌରସଂସ୍ଥା ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ଵାଇଁ, ଉପ ଜିଲ୍ଲାପାଳ ଭବତାରଣ ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ମିହିର କୁମାର ପଣ୍ଡା, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ପ୍ରମୁଖ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଗତକାଲି ଭୁବନେଶ୍ବରରେ ଏକ ଘରୋଇ ହସ୍ପିଟାଲରେ ୮୯ ବର୍ଷ ବୟସରେ ଆଖି ବୁଜିଥିଲେ ଜଗନ୍ନାଥ ସଂସ୍କୃତିର ପ୍ରବକ୍ତା ବାଗ୍ମୀ ରଜତ କର । ୧୯୩୪ ମସିହା ଅକ୍ଟୋବର ୨ରେ କଟକ ଜିଲ୍ଲାରେ ଜନ୍ମଲାଭ କରିଥିବା ରଜତଙ୍କୁ ୨୦୨୧ରେ ସମ୍ମାନଜନକ ପଦ୍ମଶ୍ରୀ ଉପାଧି ମିଳିଥିଲା । ଜଗନ୍ନାଥ ସଂସ୍କୃତି ଓ ରୀତିନୀତିକୁ ନେଇ ସେ ଅନେକ ସାହିତ୍ୟ ରଚନା କରିଥିଲେ । ରଜତ କର ଓଡ଼ିଶା ସରକାରଙ୍କ ଶିକ୍ଷା ବିଭାଗରେ ଦୀର୍ଘଦିନ ଧରି କାମ କରିଥିଲେ ଏବଂ ଝଉଋଜଞର ନିର୍ଦ୍ଦେଶକ ଭାବେ ଚାକିରିରୁ ଅବସର ଗ୍ରହଣ କରିଥିଲେ । ସେ ଆକାଶବାଣୀର ବିଭିନ୍ନ କାର୍ୟ୍ୟକ୍ରମରେ ଅଂଶ ଗ୍ରହଣ କରିବା ସହିତ ଅନେକ ନାଟକ ରଚନା କରିଛନ୍ତି ।

ସେ ପଦ୍ମଶ୍ରୀ ସମ୍ମାନ, ରାମଚନ୍ଦ୍ର ମିଶ୍ର ନାଟକ ସମ୍ମାନ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର, ଓଡ଼ିଶା ସାହିତ୍ୟ ଏକାଡେମୀ ସମ୍ବର୍ଦ୍ଧନା, ଗୋଦାବରୀଶ ମିଶ୍ର ସମ୍ମାନ ଇତ୍ୟାଦି ସମ୍ମାନ ଲାଭ କରିଥିଲେ । ସ୍ବର୍ଗତ ବିଛନ୍ଦ ଚରଣ ପଟ୍ଟନାୟକ ଥିଲେ ରଜତଙ୍କ ସାହିତ୍ୟ ଜୀବନର ଗୁରୁ । ଭଞ୍ଜ ସାହିତ୍ୟ ଓ ଜଗନ୍ନାଥ ଚେତନାର ସେ ଥିଲେ ଦକ୍ଷ ବିଶ୍ଲେଷକ । ଦେଶ ବିଦେଶରେ ଜଗନ୍ନାଥ ସଂସ୍କୃତିର ପ୍ରଚାର କରି ଖ୍ୟାତି ଅର୍ଜନ କରିଥିଲେ । ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଜଣେ ସୁବକ୍ତା ଭାବେ ତାଙ୍କର ସୁଖ୍ୟାତି ଥିଲା । ୧୯୫୭ରୁ ସେ ରଥଯାତ୍ରାର ଧାରା ବିବରଣୀ ଦେଇ ଜନମାନସରେ ଆଦୃତ ହୋଇଥିଲେ ।

Leave A Reply

Your email address will not be published.