ନବୀନଙ୍କୁ ଭେଟିଲେ ୧୦ ବିଧାୟକ; ଲୋକ ସମ୍ପର୍କ ସହ ସଙ୍ଗଠନକୁ ଦୃଢ଼ କରିବାକୁ ନବୀନଙ୍କ ପରାମର୍ଶ

Madhusudan Das Picture
Published On

ଭୁବନେଶ୍ୱର: ସୋମବାର ସନ୍ଧ୍ୟାରେ ନବୀନ ନିବାସରେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ବିଜେଡିର ୧୦ ଜଣ ବିଧାୟକ ସାକ୍ଷାତ କରିଛନ୍ତି । ଏହି ଅବସରରେ ସେମାନେ ନିଜ ନିଜ ନିର୍ବାଚନ ମଣ୍ଡଳୀର ବିକାଶ ଓ ସଂଗଠନ ସମ୍ପର୍କରେ ଆଲୋଚନା କରିଥିବା ଜଣାପଡ଼ିଛି। ତୃଣମୂଳ ସ୍ତରରେ ଦଳର ସଂଗଠନକୁ ମଜଭୁତ କରିବା ସହ ଲୋକଙ୍କ ସହ ସିଧା ସଳଖ ସମ୍ପର୍କ ରଖିବା ପାଇଁ ନବୀନ ସେମାନଙ୍କୁ ପରାମର୍ଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦର ତାଳତୋଳା ଗ୍ରାମରେ ଶ୍ରୀରାମ ନବମୀ ପାଳିତ, ୩୭ତମ ନବାହ୍ନ ପାରାୟଣ ଆରମ୍ଭ

ସାକ୍ଷାତ ସମୟରେ ନବୀନ ସେମାନଙ୍କ ନିର୍ବାଚନ ମଣ୍ଡଳୀର ବିକାଶ କାମ ବିଷୟରେ ପଚାରି ବୁଝିବା ସହ ଲୋକଙ୍କ ସୁବିଧା ଅସୁବିଧାକୁ ଗୁରୁତ୍ୱ ଦେବା ପାଇଁ କହିଥିଲେ। ଏହା ସହିତ ବିଧାୟକମାନଙ୍କ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସମସ୍ୟା ସମ୍ପର୍କରେ ମଧ୍ୟ ଶ୍ରୀ ପଟ୍ଟନାୟକ ପଚାରି ବୁଝିଥିଲେ। ବିଜୁ ଜନତା ଦଳର ଆଦର୍ଶରେ ଲୋକଙ୍କ ସେବା ଜାରି ରଖିବା ପାଇଁ ଶ୍ରୀ ପଟ୍ଟନାୟକ ବିଧାୟକ ମାନଙ୍କୁ ପରାମର୍ଶ ଦେଇଥିଲେ। ବିଧାୟିକା ପ୍ରମିଳା ମଲ୍ଲିକ,ବିଧାୟିକା ସୁଜାତା ସାହୁ,ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକ, ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ପ୍ରଦୀପ ସାହୁ, ତୁଷାରକାନ୍ତି ବେହେରା, ନବ ମଲ୍ଲିକ, ସାରଦା ଜେନା ଓ ରମାକାନ୍ତ ଭୋଇ ପ୍ରମୁଖ  ନବୀନଙ୍କୁ ଭେଟିଛନ୍ତି ।

ଆହୁରି ପଢ଼ନ୍ତୁ: ଭାରସାମ୍ୟ ହରାଇ ରାସ୍ତା କଡ଼ ଖାଲକୁ ଓଲଟିଲା ଟୁରିଷ୍ଟ ବସ୍; ୫ ମୃତ, ୩୦ରୁ ଉର୍ଦ୍ଧ୍ୱ ଆହତ

13 Jan 2026 By Madhusudan Das

ନବୀନଙ୍କୁ ଭେଟିଲେ ୧୦ ବିଧାୟକ; ଲୋକ ସମ୍ପର୍କ ସହ ସଙ୍ଗଠନକୁ ଦୃଢ଼ କରିବାକୁ ନବୀନଙ୍କ ପରାମର୍ଶ

ଭୁବନେଶ୍ୱର: ସୋମବାର ସନ୍ଧ୍ୟାରେ ନବୀନ ନିବାସରେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ବିଜେଡିର ୧୦ ଜଣ ବିଧାୟକ ସାକ୍ଷାତ କରିଛନ୍ତି । ଏହି ଅବସରରେ ସେମାନେ ନିଜ ନିଜ ନିର୍ବାଚନ ମଣ୍ଡଳୀର ବିକାଶ ଓ ସଂଗଠନ ସମ୍ପର୍କରେ ଆଲୋଚନା କରିଥିବା ଜଣାପଡ଼ିଛି। ତୃଣମୂଳ ସ୍ତରରେ ଦଳର ସଂଗଠନକୁ ମଜଭୁତ କରିବା ସହ ଲୋକଙ୍କ ସହ ସିଧା ସଳଖ ସମ୍ପର୍କ ରଖିବା ପାଇଁ ନବୀନ ସେମାନଙ୍କୁ ପରାମର୍ଶ ଦେଇଛନ୍ତି।

ସାକ୍ଷାତ ସମୟରେ ନବୀନ ସେମାନଙ୍କ ନିର୍ବାଚନ ମଣ୍ଡଳୀର ବିକାଶ କାମ ବିଷୟରେ ପଚାରି ବୁଝିବା ସହ ଲୋକଙ୍କ ସୁବିଧା ଅସୁବିଧାକୁ ଗୁରୁତ୍ୱ ଦେବା ପାଇଁ କହିଥିଲେ। ଏହା ସହିତ ବିଧାୟକମାନଙ୍କ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସମସ୍ୟା ସମ୍ପର୍କରେ ମଧ୍ୟ ଶ୍ରୀ ପଟ୍ଟନାୟକ ପଚାରି ବୁଝିଥିଲେ। ବିଜୁ ଜନତା ଦଳର ଆଦର୍ଶରେ ଲୋକଙ୍କ ସେବା ଜାରି ରଖିବା ପାଇଁ ଶ୍ରୀ ପଟ୍ଟନାୟକ ବିଧାୟକ ମାନଙ୍କୁ ପରାମର୍ଶ ଦେଇଥିଲେ। ବିଧାୟିକା ପ୍ରମିଳା ମଲ୍ଲିକ,ବିଧାୟିକା ସୁଜାତା ସାହୁ,ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକ, ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ପ୍ରଦୀପ ସାହୁ, ତୁଷାରକାନ୍ତି ବେହେରା, ନବ ମଲ୍ଲିକ, ସାରଦା ଜେନା ଓ ରମାକାନ୍ତ ଭୋଇ ପ୍ରମୁଖ  ନବୀନଙ୍କୁ ଭେଟିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର