ବଡ଼ଦିନ ଓ ନୂଆବର୍ଷ ପାଇଁ ରାଜଧାନୀରେ କଡ଼ା ସୁରକ୍ଷା ବ୍ୟବସ୍ଥା, ଜଗିବେ ୧୫ ପ୍ଲାଟୁନ୍ ପୁଲିସ ଫୋର୍ସ...

Deviprasad Mohanty Picture
Published On

ଭୁବନେଶ୍ୱର: ବଡ଼ଦିନ ଓ ନୂଆବର୍ଷ ପାଳନ ପାଇଁ ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ବିଶେଷକରି ଜିରୋ ନାଇଟ୍ ସେଲିବ୍ରେସନ ସମୟରେ ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହୁଏ, ସେଥିପାଇଁ କମିଶନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ସହରରେ କଡ଼ା ସୁରକ୍ଷା ବଳୟ ପ୍ରସ୍ତୁତ କରାଯାଇଛି।

ଆହୁରି ପଢ଼ନ୍ତୁ: ଇଞ୍ଜିନରେ ତ୍ରୁଟି ସନ୍ଦେହ, ଦିଲ୍ଲୀ ବିମାନବନ୍ଦରରେ ଇଣ୍ଡିଗୋ ବିମାନର ଜରୁରୀକାଳୀନ ଅବତରଣ

ଭିଡ଼ ନିୟନ୍ତ୍ରଣ ଓ ସୁରକ୍ଷା ପାଇଁ ରାଜଧାନୀର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଅତିରିକ୍ତ ୧୫ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବ। ବିଶେଷ ଭାବରେ ମଦ୍ୟପାନ କରି ଗାଡ଼ି ଚଳାଉଥିବା ବ୍ୟକ୍ତିଙ୍କ ଉପରେ କଡ଼ା ନଜର ରଖାଯିବ। ସହରର ବିଭିନ୍ନ ଛକରେ ବ୍ଲକିଂ ଓ ଚେକିଂକୁ ଜୋରଦାର କରାଯିବ। ତେଣୁ ନିଶାସକ୍ତ ଅବସ୍ଥାରେ ଗାଡ଼ି ଚାଳନା ନକରିବାକୁ କମିଶନରେଟ ପୁଲିସ ପକ୍ଷରୁ ସାଧାରଣ ଜନତାଙ୍କୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆସିଲା ନୂଆ ଅବକାରୀ ନୀତି; ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ, ଶ୍ରୀମନ୍ଦିର ନିକଟରେ ମଦ ଦୋକାନ ଓ ବିକ୍ରି ମନା

ଉତ୍ସବ ସମୟରେ ମହିଳା ଓ ଯୁବତୀମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏଥିପାଇଁ ହାଇ ଏଫିସିଏନ୍ସି ରେସପନ୍ସ (HER) ଟିମ୍ ମୁତୟନ ରହିବେ। ଏହାସହ ସାଦା ପୋଷାକରେ ପୁଲିସ କର୍ମଚାରୀମାନେ ବିଭିନ୍ନ ସ୍ଥାନରେ ପଇଁତରା ମାରିବେ, ଯାହାଦ୍ୱାରା ଅସାମାଜିକ କାର୍ଯ୍ୟକଳାପ ଉପରେ ରୋକ୍ ଲଗାଯାଇପାରିବ। ସମଗ୍ର ସହର ଉପରେ ସିସିଟିଭି କ୍ୟାମେରା ମାଧ୍ୟମରେ ତୀକ୍ଷ୍ଣ ନଜର ରଖାଯିବ।

ଆହୁରି ପଢ଼ନ୍ତୁ: ଅପରାଧ ବୃଦ୍ଧି ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ପୂର୍ବ ସରକାରଙ୍କ ଉପରେ ଅଙ୍ଗୁଳି ନିର୍ଦ୍ଦେଶ ହାସ୍ୟାସ୍ପଦ: ବିଜେଡି

ବିଭିନ୍ନ ହୋଟେଲ ଏବଂ କିଛି ଖୋଲା ସ୍ଥାନରେ ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ଅନୁମତି ପ୍ରଦାନ କରାଯାଇଛି। ତେବେ ଏଥିପାଇଁ ଅଗ୍ନିଶମ ବିଭାଗର ଅନୁମତିକୁ ବାଧ୍ୟତାମୂଳକ କରାଯାଇଛି। ବାର୍ ଓ ପବ୍ ଗୁଡ଼ିକର ପ୍ରବେଶ ଓ ପ୍ରସ୍ଥାନ ପଥରେ ପୋଲିସ ମୁତୟନ ରହିବେ। ବାର୍ ଓ ପବ୍ ଖୋଲିବା ନେଇ ସମୟ ସୀମା ନିର୍ଦ୍ଧାରଣ କରିବା ପାଇଁ ଅବକାରୀ ବିଭାଗ ସହ ଆଲୋଚନା ଚାଲିଛି ଏବଂ ଖୁବଶୀଘ୍ର ଏନେଇ ବିସ୍ତୃତ ନିୟମାବଳୀ ଜାରି କରାଯିବ ବୋଲି ପୁଲିସ କମିଶନର ଏସ୍. ଦେବଦତ୍ତ ସିଂ ସୂଚନା ଦେଇଛନ୍ତି।

23 Dec 2025 By Deviprasad Mohanty

ବଡ଼ଦିନ ଓ ନୂଆବର୍ଷ ପାଇଁ ରାଜଧାନୀରେ କଡ଼ା ସୁରକ୍ଷା ବ୍ୟବସ୍ଥା, ଜଗିବେ ୧୫ ପ୍ଲାଟୁନ୍ ପୁଲିସ ଫୋର୍ସ...

ଭୁବନେଶ୍ୱର: ବଡ଼ଦିନ ଓ ନୂଆବର୍ଷ ପାଳନ ପାଇଁ ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ବିଶେଷକରି ଜିରୋ ନାଇଟ୍ ସେଲିବ୍ରେସନ ସମୟରେ ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହୁଏ, ସେଥିପାଇଁ କମିଶନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ସହରରେ କଡ଼ା ସୁରକ୍ଷା ବଳୟ ପ୍ରସ୍ତୁତ କରାଯାଇଛି।

ଭିଡ଼ ନିୟନ୍ତ୍ରଣ ଓ ସୁରକ୍ଷା ପାଇଁ ରାଜଧାନୀର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଅତିରିକ୍ତ ୧୫ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବ। ବିଶେଷ ଭାବରେ ମଦ୍ୟପାନ କରି ଗାଡ଼ି ଚଳାଉଥିବା ବ୍ୟକ୍ତିଙ୍କ ଉପରେ କଡ଼ା ନଜର ରଖାଯିବ। ସହରର ବିଭିନ୍ନ ଛକରେ ବ୍ଲକିଂ ଓ ଚେକିଂକୁ ଜୋରଦାର କରାଯିବ। ତେଣୁ ନିଶାସକ୍ତ ଅବସ୍ଥାରେ ଗାଡ଼ି ଚାଳନା ନକରିବାକୁ କମିଶନରେଟ ପୁଲିସ ପକ୍ଷରୁ ସାଧାରଣ ଜନତାଙ୍କୁ ପରାମର୍ଶ ଦିଆଯାଇଛି।

ଉତ୍ସବ ସମୟରେ ମହିଳା ଓ ଯୁବତୀମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏଥିପାଇଁ ହାଇ ଏଫିସିଏନ୍ସି ରେସପନ୍ସ (HER) ଟିମ୍ ମୁତୟନ ରହିବେ। ଏହାସହ ସାଦା ପୋଷାକରେ ପୁଲିସ କର୍ମଚାରୀମାନେ ବିଭିନ୍ନ ସ୍ଥାନରେ ପଇଁତରା ମାରିବେ, ଯାହାଦ୍ୱାରା ଅସାମାଜିକ କାର୍ଯ୍ୟକଳାପ ଉପରେ ରୋକ୍ ଲଗାଯାଇପାରିବ। ସମଗ୍ର ସହର ଉପରେ ସିସିଟିଭି କ୍ୟାମେରା ମାଧ୍ୟମରେ ତୀକ୍ଷ୍ଣ ନଜର ରଖାଯିବ।

ବିଭିନ୍ନ ହୋଟେଲ ଏବଂ କିଛି ଖୋଲା ସ୍ଥାନରେ ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ଅନୁମତି ପ୍ରଦାନ କରାଯାଇଛି। ତେବେ ଏଥିପାଇଁ ଅଗ୍ନିଶମ ବିଭାଗର ଅନୁମତିକୁ ବାଧ୍ୟତାମୂଳକ କରାଯାଇଛି। ବାର୍ ଓ ପବ୍ ଗୁଡ଼ିକର ପ୍ରବେଶ ଓ ପ୍ରସ୍ଥାନ ପଥରେ ପୋଲିସ ମୁତୟନ ରହିବେ। ବାର୍ ଓ ପବ୍ ଖୋଲିବା ନେଇ ସମୟ ସୀମା ନିର୍ଦ୍ଧାରଣ କରିବା ପାଇଁ ଅବକାରୀ ବିଭାଗ ସହ ଆଲୋଚନା ଚାଲିଛି ଏବଂ ଖୁବଶୀଘ୍ର ଏନେଇ ବିସ୍ତୃତ ନିୟମାବଳୀ ଜାରି କରାଯିବ ବୋଲି ପୁଲିସ କମିଶନର ଏସ୍. ଦେବଦତ୍ତ ସିଂ ସୂଚନା ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର