ଆଜିଠୁ ଶ୍ରୀମନ୍ଦିରରେ ଦେବ ଦୀପାବଳି ନୀତି, ତିନିଦିନ ଧରି ଚାଲିବ

Madhusudan Das Picture
Published On

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଦେବ ଦୀପାବଳି ଉତ୍ସବ। ଏହା ତିନିଦିନ ଧରି ମାର୍ଗଶୀର କୃଷ୍ଣ ଚତୁର୍ଦ୍ଦଶୀ, ମାର୍ଗଶୀର ଅମାବାସ୍ୟା ଓ ମାର୍ଗଶୀର ଶୁକ୍ଳ ପ୍ରତିପଦାରେ ପାଳନ କରାଯିବ। ପ୍ରଥମ ଦିନ ମାର୍ଗଶୀର କୃଷ୍ଣପକ୍ଷ ଚତୁର୍ଦ୍ଦଶୀରେ କଶ୍ୟପ ଓ ଅଦିତିଙ୍କ ଉଦ୍ଦେଶ୍ୟରେ, ଦ୍ୱିତୀୟ ଦିନ ଦଶରଥ ଓ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ,ତୃତୀୟଦିନ ମାର୍ଗଶୀର ଶୁକ୍ଳ ପ୍ରତିପଦା ବସୁଦେବ-ଦେବକୀ, ନନ୍ଦ-ଯଶୋଦା ଓ ଇନ୍ଦ୍ରଦ୍ୟୁମ୍ନ-ଗୁଣ୍ଡିଚାଙ୍କ ଉଦ୍ଦେଶ୍ୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରାଦ୍ଧ ଓ ଦୀପଦାନ କରିଥାନ୍ତି। ଏହି ତିନିଦିନ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣ କରୁଥିବା ସହ ଆଜି ମହାଦୀପ ମଧ୍ୟ ପ୍ରଜ୍ବଳିତ ହୋଇଥାଏ । ତେଣୁ ଏହାକୁ ଦେବ ଦୀପାବଳି କୁହାଯାଏ ।

ଆହୁରି ପଢ଼ନ୍ତୁ: ଡିସେମ୍ବର ୨୪ରେ କମ୍ପିବ ବାରବାଟୀ; ଶ୍ରୀଲଙ୍କା ବିପକ୍ଷରେ T-20 ମ୍ୟାଚ୍‌ ଖେଳିବ ଟିମ୍ ଇଣ୍ଡିଆ

ଆଜି ପ୍ରଥମ ଦିନରେ ମହାପ୍ରଭୁ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେଇଥାନ୍ତି । ସନ୍ଧ୍ୟାଧୂପ ପରେ ପୁଷ୍ପାଳକ ସେବାୟତ ମାନେ ମହାପ୍ରଭୁଙ୍କୁ ଶ୍ରାଦ୍ଧ ଵେଶରେ ନାଗପୁରୀ ଶାଢୀ ଚାଦରରେ ଭୂଷିତ କରାଇଥାନ୍ତି । ଏହି ବେଶରେ ଶ୍ରୀବିଗ୍ରହମାନେ ଧଳାବସ୍ତ୍ର ପରିଧାନ କରିଥାନ୍ତି । ଶ୍ରୀଜଗନ୍ନାଥ ମହାପ୍ରଭୁ ୧୬ହାତ ,ଶ୍ରୀବଳଭଦ୍ର ୧୪ହାତ ଓ ଦେବୀ ସୁଭଦ୍ରା ୧୨ହାତ ଲମ୍ବ ବିଶିଷ୍ଟ ସୂତା ଶାଢୀ ବା ନାଗପୁରୀ ଶାଢୀ ପରିଧାନ କରିଥାନ୍ତି । ଶ୍ରାଦ୍ଧ ବେଶରେ ଠାକୁରମାନେ ତଡଗୀ, ନଳୀଭୂଜ, ଚନ୍ଦ୍ର, ସୂର୍ଯ୍ୟ, କୁଣ୍ଡଳୀ, ଆଡକାନି, ହରିଡା ମାଳି, କମରପଟି ପ୍ରଭୃତି ସ୍ୱର୍ଣ୍ନ ଅଳଙ୍କାରରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି ।

ଆହୁରି ପଢ଼ନ୍ତୁ: ବିଜେଡିକୁ ଫେରିଲେ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ

19 Nov 2025 By Madhusudan Das

ଆଜିଠୁ ଶ୍ରୀମନ୍ଦିରରେ ଦେବ ଦୀପାବଳି ନୀତି, ତିନିଦିନ ଧରି ଚାଲିବ

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଦେବ ଦୀପାବଳି ଉତ୍ସବ। ଏହା ତିନିଦିନ ଧରି ମାର୍ଗଶୀର କୃଷ୍ଣ ଚତୁର୍ଦ୍ଦଶୀ, ମାର୍ଗଶୀର ଅମାବାସ୍ୟା ଓ ମାର୍ଗଶୀର ଶୁକ୍ଳ ପ୍ରତିପଦାରେ ପାଳନ କରାଯିବ। ପ୍ରଥମ ଦିନ ମାର୍ଗଶୀର କୃଷ୍ଣପକ୍ଷ ଚତୁର୍ଦ୍ଦଶୀରେ କଶ୍ୟପ ଓ ଅଦିତିଙ୍କ ଉଦ୍ଦେଶ୍ୟରେ, ଦ୍ୱିତୀୟ ଦିନ ଦଶରଥ ଓ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ,ତୃତୀୟଦିନ ମାର୍ଗଶୀର ଶୁକ୍ଳ ପ୍ରତିପଦା ବସୁଦେବ-ଦେବକୀ, ନନ୍ଦ-ଯଶୋଦା ଓ ଇନ୍ଦ୍ରଦ୍ୟୁମ୍ନ-ଗୁଣ୍ଡିଚାଙ୍କ ଉଦ୍ଦେଶ୍ୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରାଦ୍ଧ ଓ ଦୀପଦାନ କରିଥାନ୍ତି। ଏହି ତିନିଦିନ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣ କରୁଥିବା ସହ ଆଜି ମହାଦୀପ ମଧ୍ୟ ପ୍ରଜ୍ବଳିତ ହୋଇଥାଏ । ତେଣୁ ଏହାକୁ ଦେବ ଦୀପାବଳି କୁହାଯାଏ ।

ଆଜି ପ୍ରଥମ ଦିନରେ ମହାପ୍ରଭୁ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେଇଥାନ୍ତି । ସନ୍ଧ୍ୟାଧୂପ ପରେ ପୁଷ୍ପାଳକ ସେବାୟତ ମାନେ ମହାପ୍ରଭୁଙ୍କୁ ଶ୍ରାଦ୍ଧ ଵେଶରେ ନାଗପୁରୀ ଶାଢୀ ଚାଦରରେ ଭୂଷିତ କରାଇଥାନ୍ତି । ଏହି ବେଶରେ ଶ୍ରୀବିଗ୍ରହମାନେ ଧଳାବସ୍ତ୍ର ପରିଧାନ କରିଥାନ୍ତି । ଶ୍ରୀଜଗନ୍ନାଥ ମହାପ୍ରଭୁ ୧୬ହାତ ,ଶ୍ରୀବଳଭଦ୍ର ୧୪ହାତ ଓ ଦେବୀ ସୁଭଦ୍ରା ୧୨ହାତ ଲମ୍ବ ବିଶିଷ୍ଟ ସୂତା ଶାଢୀ ବା ନାଗପୁରୀ ଶାଢୀ ପରିଧାନ କରିଥାନ୍ତି । ଶ୍ରାଦ୍ଧ ବେଶରେ ଠାକୁରମାନେ ତଡଗୀ, ନଳୀଭୂଜ, ଚନ୍ଦ୍ର, ସୂର୍ଯ୍ୟ, କୁଣ୍ଡଳୀ, ଆଡକାନି, ହରିଡା ମାଳି, କମରପଟି ପ୍ରଭୃତି ସ୍ୱର୍ଣ୍ନ ଅଳଙ୍କାରରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର