ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା । ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ମିଶ୍ର ନାମାଙ୍କନ ଭରିଥିବାବେଳେ କମନ କ୍ୟାଣ୍ଡିଡେଟ ଭାବେ ଡ. ଦତ୍ତେଶ୍ବର ହୋତା ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ରିଟର୍ଣ୍ଣିଂ ଅଫିସରଙ୍କ ଆଗରେ ସଂତୃପ୍ତ ୨ ସେଟ ଓ ଦତ୍ତେଶ୍ବର ୩ ସେଟ ନାମାଙ୍କନ ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ବେଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ, ପିସିସି ସଭାପତି ଭକ୍ତ ଚରଣ ଦାସ, ପୂର୍ବତନ ବିରୋଧୀ ଦଳ ନେତା ନରସିଂହ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। 

ଆହୁରି ପଢ଼ନ୍ତୁ: ଭାରସାମ୍ୟ ହରାଇ ରାସ୍ତା କଡ଼ ଖାଲକୁ ଓଲଟିଲା ଟୁରିଷ୍ଟ ବସ୍; ୫ ମୃତ, ୩୦ରୁ ଉର୍ଦ୍ଧ୍ୱ ଆହତ

ସଂତୃପ୍ତ ଏବଂ ଦତ୍ତେଶ୍ଵର ପ୍ରାର୍ଥୀପତ୍ର ଦାଖଲ କରିବା ପରେ ଉଭୟଙ୍କୁ ସ୍ଵାଗତ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଦୁଇ ପ୍ରାର୍ଥୀ ନିର୍ବାଚନରେ ନିଶ୍ଚିତ ବିଜୟ ହେବେ ବୋଲି ଦୃଢ଼ ଆଶା ପ୍ରକାଶ କରିଛନ୍ତି । ସେହିପରି ନାମାଙ୍କନ ଦାଖଲ ପରେ ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି କି, ଆଜି ହେଉଛି ପ୍ରବାଦ ପୁରୁଷ ବିଜୁ ବାବୁଙ୍କର ଜୟନ୍ତୀ। ବିଜୁ ବାବୁ ଭାରତୀୟ ରାଜନୀତିରେ ନୂଆ ଦିଗ ଦେଇ ଆସିଥିଲେ। ସବୁବେଳେ ନୂଆ ଉଦାହରଣ ସୃଷ୍ଟି କରିଥଲେ। ତାଙ୍କ ଲିଗାସୀକୁ ୨୪ ବର୍ଷ ଧରି ସୁପୁତ୍ର ନବୀନ ପଟ୍ଟନାୟକ ଓଡ଼ିଶାରେ ଶାସନ ଭାର ଗ୍ରହଣ କରି ନୂଆ ଉଦାହରଣ ସୃଷ୍ଟି କରିଥିଲେ।  ଉଭୟ ବିଜେଡି ଓ କଂଗ୍ରେସ ଧର୍ମନିରପେକ୍ଷବାଦରେ ବିଶ୍ବାସ ରଖନ୍ତି। ଯେଉଁଥିପାଇଁ ଏହି ରାଜ୍ୟସଭା ନିର୍ବାଚନରେ ନବୀନ ବାବୁଙ୍କ କମନ ପ୍ରାର୍ଥୀ ପ୍ରସ୍ତାବରେ ଏଆଇସିସି ତତକ୍ଷଣାତ ମୋହର ମାରିଥିଲା। ଆମର ସମସ୍ତ ବିଧାୟକ ଏକଜୁଟ ଅଛନ୍ତି ଏବଂ ନିଶ୍ଚିତ ଚତୁର୍ଥ ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଥିବା ଡାକ୍ତର ଦତ୍ତେଶ୍ବର ହୋତା ବିଜୟୀ ହେବେ। ସେହିପରି ଉଚ୍ଚକୋଟୀର ଡାକ୍ତର, ପଶ୍ଚିମ ଓଡ଼ିଶାର ଦକ୍ଷ ଡାକ୍ତର ପ୍ରଥମ କରି ରାଜ୍ୟରେ କିଡନୀ ଅପରେସନ କରି ଅନ୍ତରାଷ୍ଟ୍ରୀୟ ସ୍ତରରେ ସୁଖ୍ୟାତି ଅର୍ଜନ କରିଛନ୍ତି। ଏଭଳି ଜଣେ ଦକ୍ଷ ବ୍ୟକ୍ତି ରାଜ୍ୟସଭା ଗଲେ ଓଡ଼ିଶାର ଅଶେଷ ଉନ୍ନତି ସାଧିତ ହେବ ବୋଲି କହିଛନ୍ତି ଭକ୍ତ ଚରଣ ଦାସ ।

ଆହୁରି ପଢ଼ନ୍ତୁ: ଏପ୍ରିଲ ୧ରୁ ଆରମ୍ଭ ହେବ ନୂଆ ସୁଭଦ୍ରା ପଞ୍ଜୀକରଣ, ୩୦ ତାରିଖ ପର୍ଯ୍ୟନ୍ତ କରିପାରିବେ ଆବେଦନ

ଓଡ଼ିଶାରୁ ଖାଲି ହେଉଥିବା ୪ ରାଜ୍ୟସଭା ଆସନ ପାଇଁ ଏଥର ୫ଜଣ ପ୍ରାର୍ଥୀ ହୋଇଛନ୍ତି । ବିଜେପିରୁ ମନମୋହନ ସାମଲ, ସୁଜିତ୍ କୁମାର ପ୍ରାର୍ଥୀ ହୋଇଥିବାବେଳେ ବିଜେଡିରୁ ସଂତୃପ୍ତ ମିଶ୍ର, କମନ କ୍ୟାଣ୍ଡିଡେଟ୍ ଭାବେ ଦତ୍ତେଶ୍ବର ହୋତା ଓ ସ୍ବାଧୀନ ପ୍ରାର୍ଥୀ ଭାବେ ଦିଲ୍ଳୀପ ରାୟ ପ୍ରାର୍ଥୀ ହୋଇଛନ୍ତି । ମାର୍ଚ୍ଚ ୫ତାରିଖ ନାମାଙ୍କନର ଶେଷ ଦିନ ହୋଇଥିବାରୁ ଆଜି ସମସ୍ତେ ନାମାଙ୍କନ ଦାଖଲ କରିବେ । ମାର୍ଚ୍ଚ ୬ରେ ପ୍ରାର୍ଥୀପତ୍ରର ହେବ ଯାଞ୍ଚ। ମାର୍ଚ୍ଚ ୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ୧୬ମାର୍ଚ୍ଚରେ ରାଜ୍ୟସଭା ଆସନ ପାଇଁ ପଡ଼ିବ ଭୋଟ୍।

ଆହୁରି ପଢ଼ନ୍ତୁ: ଇଞ୍ଜିନରେ ତ୍ରୁଟି ସନ୍ଦେହ, ଦିଲ୍ଲୀ ବିମାନବନ୍ଦରରେ ଇଣ୍ଡିଗୋ ବିମାନର ଜରୁରୀକାଳୀନ ଅବତରଣ

05 Mar 2026 By Madhusudan Das

ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା । ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ମିଶ୍ର ନାମାଙ୍କନ ଭରିଥିବାବେଳେ କମନ କ୍ୟାଣ୍ଡିଡେଟ ଭାବେ ଡ. ଦତ୍ତେଶ୍ବର ହୋତା ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ରିଟର୍ଣ୍ଣିଂ ଅଫିସରଙ୍କ ଆଗରେ ସଂତୃପ୍ତ ୨ ସେଟ ଓ ଦତ୍ତେଶ୍ବର ୩ ସେଟ ନାମାଙ୍କନ ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ବେଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ, ପିସିସି ସଭାପତି ଭକ୍ତ ଚରଣ ଦାସ, ପୂର୍ବତନ ବିରୋଧୀ ଦଳ ନେତା ନରସିଂହ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। 

ସଂତୃପ୍ତ ଏବଂ ଦତ୍ତେଶ୍ଵର ପ୍ରାର୍ଥୀପତ୍ର ଦାଖଲ କରିବା ପରେ ଉଭୟଙ୍କୁ ସ୍ଵାଗତ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଦୁଇ ପ୍ରାର୍ଥୀ ନିର୍ବାଚନରେ ନିଶ୍ଚିତ ବିଜୟ ହେବେ ବୋଲି ଦୃଢ଼ ଆଶା ପ୍ରକାଶ କରିଛନ୍ତି । ସେହିପରି ନାମାଙ୍କନ ଦାଖଲ ପରେ ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି କି, ଆଜି ହେଉଛି ପ୍ରବାଦ ପୁରୁଷ ବିଜୁ ବାବୁଙ୍କର ଜୟନ୍ତୀ। ବିଜୁ ବାବୁ ଭାରତୀୟ ରାଜନୀତିରେ ନୂଆ ଦିଗ ଦେଇ ଆସିଥିଲେ। ସବୁବେଳେ ନୂଆ ଉଦାହରଣ ସୃଷ୍ଟି କରିଥଲେ। ତାଙ୍କ ଲିଗାସୀକୁ ୨୪ ବର୍ଷ ଧରି ସୁପୁତ୍ର ନବୀନ ପଟ୍ଟନାୟକ ଓଡ଼ିଶାରେ ଶାସନ ଭାର ଗ୍ରହଣ କରି ନୂଆ ଉଦାହରଣ ସୃଷ୍ଟି କରିଥିଲେ।  ଉଭୟ ବିଜେଡି ଓ କଂଗ୍ରେସ ଧର୍ମନିରପେକ୍ଷବାଦରେ ବିଶ୍ବାସ ରଖନ୍ତି। ଯେଉଁଥିପାଇଁ ଏହି ରାଜ୍ୟସଭା ନିର୍ବାଚନରେ ନବୀନ ବାବୁଙ୍କ କମନ ପ୍ରାର୍ଥୀ ପ୍ରସ୍ତାବରେ ଏଆଇସିସି ତତକ୍ଷଣାତ ମୋହର ମାରିଥିଲା। ଆମର ସମସ୍ତ ବିଧାୟକ ଏକଜୁଟ ଅଛନ୍ତି ଏବଂ ନିଶ୍ଚିତ ଚତୁର୍ଥ ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଥିବା ଡାକ୍ତର ଦତ୍ତେଶ୍ବର ହୋତା ବିଜୟୀ ହେବେ। ସେହିପରି ଉଚ୍ଚକୋଟୀର ଡାକ୍ତର, ପଶ୍ଚିମ ଓଡ଼ିଶାର ଦକ୍ଷ ଡାକ୍ତର ପ୍ରଥମ କରି ରାଜ୍ୟରେ କିଡନୀ ଅପରେସନ କରି ଅନ୍ତରାଷ୍ଟ୍ରୀୟ ସ୍ତରରେ ସୁଖ୍ୟାତି ଅର୍ଜନ କରିଛନ୍ତି। ଏଭଳି ଜଣେ ଦକ୍ଷ ବ୍ୟକ୍ତି ରାଜ୍ୟସଭା ଗଲେ ଓଡ଼ିଶାର ଅଶେଷ ଉନ୍ନତି ସାଧିତ ହେବ ବୋଲି କହିଛନ୍ତି ଭକ୍ତ ଚରଣ ଦାସ ।

ଓଡ଼ିଶାରୁ ଖାଲି ହେଉଥିବା ୪ ରାଜ୍ୟସଭା ଆସନ ପାଇଁ ଏଥର ୫ଜଣ ପ୍ରାର୍ଥୀ ହୋଇଛନ୍ତି । ବିଜେପିରୁ ମନମୋହନ ସାମଲ, ସୁଜିତ୍ କୁମାର ପ୍ରାର୍ଥୀ ହୋଇଥିବାବେଳେ ବିଜେଡିରୁ ସଂତୃପ୍ତ ମିଶ୍ର, କମନ କ୍ୟାଣ୍ଡିଡେଟ୍ ଭାବେ ଦତ୍ତେଶ୍ବର ହୋତା ଓ ସ୍ବାଧୀନ ପ୍ରାର୍ଥୀ ଭାବେ ଦିଲ୍ଳୀପ ରାୟ ପ୍ରାର୍ଥୀ ହୋଇଛନ୍ତି । ମାର୍ଚ୍ଚ ୫ତାରିଖ ନାମାଙ୍କନର ଶେଷ ଦିନ ହୋଇଥିବାରୁ ଆଜି ସମସ୍ତେ ନାମାଙ୍କନ ଦାଖଲ କରିବେ । ମାର୍ଚ୍ଚ ୬ରେ ପ୍ରାର୍ଥୀପତ୍ରର ହେବ ଯାଞ୍ଚ। ମାର୍ଚ୍ଚ ୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ୧୬ମାର୍ଚ୍ଚରେ ରାଜ୍ୟସଭା ଆସନ ପାଇଁ ପଡ଼ିବ ଭୋଟ୍।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର