ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାଙ୍କୁ ଭେଟିଲେ ସୁପ୍ରିମୋ ନବୀନ ପଟ୍ଟନାୟକ

ମହିଳା ମାନଙ୍କ ପ୍ରତି ହେଉଥିବା ଅନ୍ୟାୟ ଓ ଅତ୍ୟାଚାର ବିରୁଦ୍ଧରେ ଲଢେଇ ଆହୁରି ମଜବୁତ୍‌ କରିବାକୁ ପରାମର୍ଶ ଦେଲେ

Madhusudan Das Picture
Published On

ଭୁବନେଶ୍ୱର: ଆଜି ଶଙ୍ଖ ଭବନଠାରେ ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାମାନଙ୍କୁ ଭେଟିଲେ ଦଳର ସଭାପତି ନବୀନ ପଟ୍ଟନାୟକ । ଏହି ଅବସରରେ ଉଦ୍‌ବୋଧନ ଦେଇ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜୁ ଜନତା ଦଳ ହେଉଛି ଓଡିଶାର କୋଟି କୋଟି ମା’ ମାନଙ୍କର ନିଜ ଦଳ । ଗତ ୨୭ ବର୍ଷର ଯାତ୍ରା ଭିତରେ ବିଜେଡି ମା’ ମାନଙ୍କର ସଶକ୍ତିକରଣ ଉପରେ ସବୁବେଳେ ପ୍ରାଥମିକତା ଦେଇ ଆସିଛି । ଶ୍ରୀ ପଟ୍ଟନାୟକ କହିଥିଲେ ମା’ ମାନଙ୍କ ସଶକ୍ତକରଣ ହିଁ ଓଡିଶାର ପ୍ରକୃତ ସଶକ୍ତିକରଣ । ବିଜୁ ମହିଳା ଜନତା ଦଳ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଏକ ଆଦର୍ଶ ସଶକ୍ତିକରଣ କାର୍ଯ୍ୟକ୍ରମ ଭାବରେ ଗ୍ରହଣ କରି ଗାଁ ଗାଁରେ ମା’ ମାନଙ୍କୁ ସଂରକ୍ଷିତ କରିବା ଓ ସେମାନଙ୍କ ଆର୍ଥିକ ବିକାଶ ଦିଗରେ ସବୁବେଳେ ମା’ ମାନଙ୍କ ସାଥିରେ ରହିଅଛି। 

ଆହୁରି ପଢ଼ନ୍ତୁ: ଏପ୍ରିଲ ୮ ତାରିଖରୁ ହେବ ବାହାର ରତ୍ନଭଣ୍ଡାର ଗଣତିମଣତି: ଆଇନ ମନ୍ତ୍ରୀ

BMJD

ଆହୁରି ପଢ଼ନ୍ତୁ: ‎ଗ୍ରୀଷ୍ମକାଳୀନ ଜାତୀୟ ସେବା ଶିବିର

ମା’ ମାନଙ୍କ ରୋଜଗାର ବୃଦ୍ଧି ସହିତ ସେମାନଙ୍କ ଅଧିକାର ପାଇଁ ଲଢେଇ ଜାରୀ ରଖିବା ହେଉଛି ବିଜୁ ମହିଳା ଜନତା ଦଳର ଆଦର୍ଶ । ମା’ ମାନଙ୍କର ସଶକ୍ତିକରଣକୁ ଏକ ସାମାଜିକ ଆନ୍ଦୋଳନ ଭାବରେ ଗଢି ତୋଳିବାରେ ବିଜୁ ଜନତା ଦଳର ଭୂମିକା ଉଲ୍ଲେଖନୀୟ । ମହିଳା ମାନଙ୍କ ଉପରେ ବଢି ଚାଲିଥିବା ଅତ୍ୟାଚାର ଘଟଣାରେ କ୍ଷୋଭ ପ୍ରକାଶ କରିବା ସହ ମହିଳା ମାନଙ୍କ ପ୍ରତି ହେଉଥିବା ଅନ୍ୟାୟ, ଅତ୍ୟାଚାର ବିରୁଦ୍ଧରେ ଲଢେଇକୁ ଆହୁରି ଜୋରଦାର କରିବା ପାଇଁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଥିଲେ । ତତ୍‌ ସହିତ ମିଥ୍ୟା ପ୍ରଚାରକୁ ପ୍ରତିରୋଧ କରି ମା’ ମାନଙ୍କୁ ବିକାଶ ମାର୍ଗରେ ନେବା ପାଇଁ ସହାୟତା ଯୋଗାଇ ଦେବା ପାଇଁ ଶ୍ରୀ ପଟ୍ଟନାୟକ ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାମାନଙ୍କୁ ପରାମର୍ଶ ଦେଇଥିଲେ । ବିଜୁ  ମହିଳା ଜନତା ଦଳର ସଭାପତି ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ସ୍ୱାଗତ ଭାଷଣ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ନବ ନିଯୁକ୍ତ ଦଳୀୟ କର୍ମକର୍ତ୍ତା ମାନେ ସଭାପତିଙ୍କୁ ତାଙ୍କର ମାର୍ଗ ଦର୍ଶନ ପାଇଁ ଧନ୍ୟବାଦ ଜଣାଇଥିଲେ ।

ଆହୁରି ପଢ଼ନ୍ତୁ: ପୁରୀ ପେଣ୍ଠକଟାରେ ଚାଞ୍ଚଲ୍ୟ, ଧାରୁଆ ଅସ୍ତ୍ରରେ ହାଣି ଯୁବକଙ୍କୁ ନିର୍ମମ ହତ୍ୟା

BMJD2

20 Feb 2026 By Madhusudan Das

ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାଙ୍କୁ ଭେଟିଲେ ସୁପ୍ରିମୋ ନବୀନ ପଟ୍ଟନାୟକ

ମହିଳା ମାନଙ୍କ ପ୍ରତି ହେଉଥିବା ଅନ୍ୟାୟ ଓ ଅତ୍ୟାଚାର ବିରୁଦ୍ଧରେ ଲଢେଇ ଆହୁରି ମଜବୁତ୍‌ କରିବାକୁ ପରାମର୍ଶ ଦେଲେ

ଭୁବନେଶ୍ୱର: ଆଜି ଶଙ୍ଖ ଭବନଠାରେ ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାମାନଙ୍କୁ ଭେଟିଲେ ଦଳର ସଭାପତି ନବୀନ ପଟ୍ଟନାୟକ । ଏହି ଅବସରରେ ଉଦ୍‌ବୋଧନ ଦେଇ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜୁ ଜନତା ଦଳ ହେଉଛି ଓଡିଶାର କୋଟି କୋଟି ମା’ ମାନଙ୍କର ନିଜ ଦଳ । ଗତ ୨୭ ବର୍ଷର ଯାତ୍ରା ଭିତରେ ବିଜେଡି ମା’ ମାନଙ୍କର ସଶକ୍ତିକରଣ ଉପରେ ସବୁବେଳେ ପ୍ରାଥମିକତା ଦେଇ ଆସିଛି । ଶ୍ରୀ ପଟ୍ଟନାୟକ କହିଥିଲେ ମା’ ମାନଙ୍କ ସଶକ୍ତକରଣ ହିଁ ଓଡିଶାର ପ୍ରକୃତ ସଶକ୍ତିକରଣ । ବିଜୁ ମହିଳା ଜନତା ଦଳ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଏକ ଆଦର୍ଶ ସଶକ୍ତିକରଣ କାର୍ଯ୍ୟକ୍ରମ ଭାବରେ ଗ୍ରହଣ କରି ଗାଁ ଗାଁରେ ମା’ ମାନଙ୍କୁ ସଂରକ୍ଷିତ କରିବା ଓ ସେମାନଙ୍କ ଆର୍ଥିକ ବିକାଶ ଦିଗରେ ସବୁବେଳେ ମା’ ମାନଙ୍କ ସାଥିରେ ରହିଅଛି। 

BMJD

ମା’ ମାନଙ୍କ ରୋଜଗାର ବୃଦ୍ଧି ସହିତ ସେମାନଙ୍କ ଅଧିକାର ପାଇଁ ଲଢେଇ ଜାରୀ ରଖିବା ହେଉଛି ବିଜୁ ମହିଳା ଜନତା ଦଳର ଆଦର୍ଶ । ମା’ ମାନଙ୍କର ସଶକ୍ତିକରଣକୁ ଏକ ସାମାଜିକ ଆନ୍ଦୋଳନ ଭାବରେ ଗଢି ତୋଳିବାରେ ବିଜୁ ଜନତା ଦଳର ଭୂମିକା ଉଲ୍ଲେଖନୀୟ । ମହିଳା ମାନଙ୍କ ଉପରେ ବଢି ଚାଲିଥିବା ଅତ୍ୟାଚାର ଘଟଣାରେ କ୍ଷୋଭ ପ୍ରକାଶ କରିବା ସହ ମହିଳା ମାନଙ୍କ ପ୍ରତି ହେଉଥିବା ଅନ୍ୟାୟ, ଅତ୍ୟାଚାର ବିରୁଦ୍ଧରେ ଲଢେଇକୁ ଆହୁରି ଜୋରଦାର କରିବା ପାଇଁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଥିଲେ । ତତ୍‌ ସହିତ ମିଥ୍ୟା ପ୍ରଚାରକୁ ପ୍ରତିରୋଧ କରି ମା’ ମାନଙ୍କୁ ବିକାଶ ମାର୍ଗରେ ନେବା ପାଇଁ ସହାୟତା ଯୋଗାଇ ଦେବା ପାଇଁ ଶ୍ରୀ ପଟ୍ଟନାୟକ ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାମାନଙ୍କୁ ପରାମର୍ଶ ଦେଇଥିଲେ । ବିଜୁ  ମହିଳା ଜନତା ଦଳର ସଭାପତି ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ସ୍ୱାଗତ ଭାଷଣ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ନବ ନିଯୁକ୍ତ ଦଳୀୟ କର୍ମକର୍ତ୍ତା ମାନେ ସଭାପତିଙ୍କୁ ତାଙ୍କର ମାର୍ଗ ଦର୍ଶନ ପାଇଁ ଧନ୍ୟବାଦ ଜଣାଇଥିଲେ ।

BMJD2

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର