ଆଗାମୀ ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀ କର୍ତ୍ତବ୍ୟପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

Madhusudan Das Picture
Published On

ଭୁବନେଶ୍ବର: ଆଗାମୀ ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀର କର୍ତ୍ତବ୍ୟପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼। ‘ସମୃଦ୍ଧିର ମନ୍ତ୍ର ଆତ୍ମନିର୍ଭର ଭାରତ’ ବିଷୟବସ୍ତୁ ଆଧାରରେ ହେବାକୁ ଥିବା ଏହି ପ୍ରଜ୍ଞାପନ ମେଢ଼ରେ ଆତ୍ମନିର୍ଭର ଭାରତ ଗଠନ କ୍ଷେତ୍ର (କୃଷିରୁ ସେମିକଣ୍ଡକ୍ଟର୍‌ ପର୍ଯ୍ୟନ୍ତ)ରେ ଓଡ଼ିଶାର ଅବଦାନ ଦେଖିବାକୁ ମିଳିବ। ଓଡ଼ିଶାର କୃଷି ଓ ସାଂସ୍କୃତିକ ସମୃଦ୍ଧିରୁ ଆରମ୍ଭ କରି ଆଧୁନିକ ଶିଳ୍ପ, ଦକ୍ଷତା ବିକାଶ ଏବଂ ନବସୃଜନ ଓ ପ୍ରଯୁକ୍ତିର ଏକ ସମ୍ମିଳିତ ଦୃଶ୍ୟ ଏହି ପ୍ରଜ୍ଞାପନ ମେଢ଼ରେ ସ୍ଥାନ ପାଇବ।

ଆହୁରି ପଢ଼ନ୍ତୁ: ଏପ୍ରିଲ ୮ ତାରିଖରୁ ହେବ ବାହାର ରତ୍ନଭଣ୍ଡାର ଗଣତିମଣତି: ଆଇନ ମନ୍ତ୍ରୀ

ଜାତୀୟ ଦୃଷ୍ଟିକୋଣ ସହିତ ସମନ୍ୱୟ ରଖି ଓଡ଼ିଶା କିପରି ତାହାର ପ୍ରାକୃତିକ ସମ୍ପଦ, ସାଂସ୍କୃତିକ ଐତିହ୍ୟ, ମାନବସମ୍ବଳ ଏବଂ ପ୍ରଯୁକ୍ତିବିଦ୍ୟା ଉପଯୋଗରେ ଏକ ଆତ୍ମନିର୍ଭରଶୀଳ ଭାରତ ଗଠନକୁ ଇନ୍ଧନ ପ୍ରଦାନ କରୁଛି, ତାହା ପ୍ରଦର୍ଶିତ ହେବ। ମେଢ଼ର ବିଭିନ୍ନ ଅଂଶରେ କୋରାପୁଟ କଫିରୁ ଆରମ୍ଭ କରି ସିଲିକନ୍‌ ସେମିକଣ୍ଡକ୍ଟର୍‌ ପର୍ଯ୍ୟନ୍ତ ନିରନ୍ତର ଯାତ୍ରାକୁ ଉପସ୍ଥାପନ କରାଯିବ। ସମ୍ବଲପୁରୀ ବସ୍ତ୍ର ଦ୍ବାରା ଆଚ୍ଛାଦିତ ମେଢ଼ର ଉଭୟ ପାର୍ଶ୍ବରେ ପାରମ୍ପରିକ ଜନଜାତି ଚିତ୍ରକଳା ଉପରେ ରୁପା ତାରକସୀ କାରୁକାର୍ଯ୍ୟ, ଓଡ଼ିଶାର ଗଭୀର ସାଂସ୍କୃତିକ ପରିଚୟ ଏବଂ ଉତ୍କୃଷ୍ଟ ହସ୍ତଶିଳ୍ପ ପରମ୍ପରାକୁ ପ୍ରତିଫଳିତ କରାଯିବ। ଏହାର ଲାଇଭ ଡେମୋନଷ୍ଟ୍ରେସନ୍‌ ମଧ୍ୟ ଦେଖିବାକୁ ମିଳିବ।

ଆହୁରି ପଢ଼ନ୍ତୁ: ଖରାଛୁଟି ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ଦେବାକୁ ସବୁ ଜିଲ୍ଲାପାଳଙ୍କୁ ଗଣଶିକ୍ଷା ବିଭାଗର ଚିଠି

ଉଲ୍ଲେଖଯୋଗ୍ୟ, ଓଡ଼ିଶାର ସମୃଦ୍ଧ ହସ୍ତଶିଳ୍ପ ଓ ହସ୍ତତନ୍ତ ମାଧ୍ୟମରେ ମହିଳା ସଶକ୍ତୀକରଣକୁ ନେଇ ଗତ ୨୦୨୪ରେ ପ୍ରଦର୍ଶିତ ଓଡ଼ିଶାର ପ୍ରଜ୍ଞାପନ ମେଢ଼ କର୍ତ୍ତବ୍ୟପଥରେ ପରାକାଷ୍ଠା ପ୍ରଦର୍ଶନ କରି ସମଗ୍ର ଦେଶରେ ପ୍ରଥମ ସ୍ଥାନ ହାସଲ କରିଥିଲା।

ଆହୁରି ପଢ଼ନ୍ତୁ: ବିଜୁଙ୍କୁ ଅପମାନ: କୁଆଡେ଼ ଗଲେ ‘ଲିଗାସୀ’ ନେତା ?

30 Dec 2025 By Madhusudan Das

ଆଗାମୀ ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀ କର୍ତ୍ତବ୍ୟପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ବର: ଆଗାମୀ ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀର କର୍ତ୍ତବ୍ୟପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼। ‘ସମୃଦ୍ଧିର ମନ୍ତ୍ର ଆତ୍ମନିର୍ଭର ଭାରତ’ ବିଷୟବସ୍ତୁ ଆଧାରରେ ହେବାକୁ ଥିବା ଏହି ପ୍ରଜ୍ଞାପନ ମେଢ଼ରେ ଆତ୍ମନିର୍ଭର ଭାରତ ଗଠନ କ୍ଷେତ୍ର (କୃଷିରୁ ସେମିକଣ୍ଡକ୍ଟର୍‌ ପର୍ଯ୍ୟନ୍ତ)ରେ ଓଡ଼ିଶାର ଅବଦାନ ଦେଖିବାକୁ ମିଳିବ। ଓଡ଼ିଶାର କୃଷି ଓ ସାଂସ୍କୃତିକ ସମୃଦ୍ଧିରୁ ଆରମ୍ଭ କରି ଆଧୁନିକ ଶିଳ୍ପ, ଦକ୍ଷତା ବିକାଶ ଏବଂ ନବସୃଜନ ଓ ପ୍ରଯୁକ୍ତିର ଏକ ସମ୍ମିଳିତ ଦୃଶ୍ୟ ଏହି ପ୍ରଜ୍ଞାପନ ମେଢ଼ରେ ସ୍ଥାନ ପାଇବ।

ଜାତୀୟ ଦୃଷ୍ଟିକୋଣ ସହିତ ସମନ୍ୱୟ ରଖି ଓଡ଼ିଶା କିପରି ତାହାର ପ୍ରାକୃତିକ ସମ୍ପଦ, ସାଂସ୍କୃତିକ ଐତିହ୍ୟ, ମାନବସମ୍ବଳ ଏବଂ ପ୍ରଯୁକ୍ତିବିଦ୍ୟା ଉପଯୋଗରେ ଏକ ଆତ୍ମନିର୍ଭରଶୀଳ ଭାରତ ଗଠନକୁ ଇନ୍ଧନ ପ୍ରଦାନ କରୁଛି, ତାହା ପ୍ରଦର୍ଶିତ ହେବ। ମେଢ଼ର ବିଭିନ୍ନ ଅଂଶରେ କୋରାପୁଟ କଫିରୁ ଆରମ୍ଭ କରି ସିଲିକନ୍‌ ସେମିକଣ୍ଡକ୍ଟର୍‌ ପର୍ଯ୍ୟନ୍ତ ନିରନ୍ତର ଯାତ୍ରାକୁ ଉପସ୍ଥାପନ କରାଯିବ। ସମ୍ବଲପୁରୀ ବସ୍ତ୍ର ଦ୍ବାରା ଆଚ୍ଛାଦିତ ମେଢ଼ର ଉଭୟ ପାର୍ଶ୍ବରେ ପାରମ୍ପରିକ ଜନଜାତି ଚିତ୍ରକଳା ଉପରେ ରୁପା ତାରକସୀ କାରୁକାର୍ଯ୍ୟ, ଓଡ଼ିଶାର ଗଭୀର ସାଂସ୍କୃତିକ ପରିଚୟ ଏବଂ ଉତ୍କୃଷ୍ଟ ହସ୍ତଶିଳ୍ପ ପରମ୍ପରାକୁ ପ୍ରତିଫଳିତ କରାଯିବ। ଏହାର ଲାଇଭ ଡେମୋନଷ୍ଟ୍ରେସନ୍‌ ମଧ୍ୟ ଦେଖିବାକୁ ମିଳିବ।

ଉଲ୍ଲେଖଯୋଗ୍ୟ, ଓଡ଼ିଶାର ସମୃଦ୍ଧ ହସ୍ତଶିଳ୍ପ ଓ ହସ୍ତତନ୍ତ ମାଧ୍ୟମରେ ମହିଳା ସଶକ୍ତୀକରଣକୁ ନେଇ ଗତ ୨୦୨୪ରେ ପ୍ରଦର୍ଶିତ ଓଡ଼ିଶାର ପ୍ରଜ୍ଞାପନ ମେଢ଼ କର୍ତ୍ତବ୍ୟପଥରେ ପରାକାଷ୍ଠା ପ୍ରଦର୍ଶନ କରି ସମଗ୍ର ଦେଶରେ ପ୍ରଥମ ସ୍ଥାନ ହାସଲ କରିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର