ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦରହିବ ସର୍ବସାଧାରଣ ଦର୍ଶନ

Madhusudan Das Picture
Published On

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ମାଘ ଶୁକ୍ଳ ଦଶମୀ ତିଥିରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପ୍ରାୟ ୪ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। 

ଆହୁରି ପଢ଼ନ୍ତୁ: ବାରିପଦାରେ କାଳବୈଶାଖୀ ତାଣ୍ଡବ; ଝଡ଼ତୋଫାନରେ ୨ ମୃତ, ୩ ଆହତ

ବନକଲାଗି ହେଉଛି ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ସେବା। ଏହା ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥା’ନ୍ତି। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।

ଆହୁରି ପଢ଼ନ୍ତୁ: ପୁରୀ ପେଣ୍ଠକଟାରେ ଚାଞ୍ଚଲ୍ୟ, ଧାରୁଆ ଅସ୍ତ୍ରରେ ହାଣି ଯୁବକଙ୍କୁ ନିର୍ମମ ହତ୍ୟା

28 Jan 2026 By Madhusudan Das

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ମାଘ ଶୁକ୍ଳ ଦଶମୀ ତିଥିରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପ୍ରାୟ ୪ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। 

ବନକଲାଗି ହେଉଛି ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ସେବା। ଏହା ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥା’ନ୍ତି। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର