ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ, ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

Madhusudan Das Picture
Published On

ଭୁବନେଶ୍ୱର: ଅନୁ ଗର୍ଗ ନୂଆ ମୁଖ୍ୟ ଶାସନ ସଚିବ । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ । ଉନ୍ନୟନ କମିସନର ଦାୟିତ୍ୱ ତୁଲାଉଥିଲେ ଅନୁ ଗର୍ଗ । ଚଳିତ ମାସ ୩୧ ତାରିଖରେ ଶେଷ ହେଉଛି ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ଆହୁଜାଙ୍କ ପରେ ନୂଆ ବର୍ଷରୁ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ତୁଲାଇବେ ଅନୁ ଗର୍ଗ। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ବରରେ ପହଞ୍ଚିଲେ ସ୍ଥଳସେନା ମୁଖ୍ୟ ଜେନେରାଲ୍ ଉପେନ୍ଦ୍ର ଦ୍ୱିବେଦୀ

ଅନୁ ଗର୍ଗ ହେଉଛନ୍ତି ୧୯୯୧ ବ୍ୟାଚର ଆଇଏଏସ୍ ଅଧିକାରୀ । ସେ ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ୧୯୬୯ ମାର୍ଚ୍ଚ ୧ରେ ଜନ୍ମ ଗ୍ରହଣ କରିଥିଲେ । ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରୁ ସମାଜ ଶାସ୍ତ୍ରରେ ଏମ୍.ଏ. ଏବଂ ଜନ୍ସ ହପକିନ୍ସ ବ୍ଲୁମବର୍ଗ ସ୍କୁଲ ଅଫ୍ ପବ୍ଲିକ୍ ହେଲଥରୁ ମାଷ୍ଟର ଅଫ୍ ପବ୍ଲିକରୁ ଶିକ୍ଷା ଲାଭ କରିଛନ୍ତି । ବର୍ତ୍ତମାନ ଅନୁ ଗର୍ଗ ରାଜ୍ୟର ଉନ୍ନୟନ କମିଶନର, ତଥା ଜଳ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଭାବରେ କାର୍ଯ୍ୟରତ ଅଛନ୍ତି । 

ଆହୁରି ପଢ଼ନ୍ତୁ: କାଳବୈଶାଖୀ ପ୍ରଭାବରେ ଟ୍ୱିନସିଟିର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସାଙ୍ଗକୁ କୁଆପଥର ବର୍ଷା

24 Dec 2025 By Madhusudan Das

ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ, ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ଅନୁ ଗର୍ଗ ନୂଆ ମୁଖ୍ୟ ଶାସନ ସଚିବ । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ । ଉନ୍ନୟନ କମିସନର ଦାୟିତ୍ୱ ତୁଲାଉଥିଲେ ଅନୁ ଗର୍ଗ । ଚଳିତ ମାସ ୩୧ ତାରିଖରେ ଶେଷ ହେଉଛି ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ଆହୁଜାଙ୍କ ପରେ ନୂଆ ବର୍ଷରୁ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ତୁଲାଇବେ ଅନୁ ଗର୍ଗ। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଅନୁ ଗର୍ଗ ହେଉଛନ୍ତି ୧୯୯୧ ବ୍ୟାଚର ଆଇଏଏସ୍ ଅଧିକାରୀ । ସେ ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ୧୯୬୯ ମାର୍ଚ୍ଚ ୧ରେ ଜନ୍ମ ଗ୍ରହଣ କରିଥିଲେ । ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରୁ ସମାଜ ଶାସ୍ତ୍ରରେ ଏମ୍.ଏ. ଏବଂ ଜନ୍ସ ହପକିନ୍ସ ବ୍ଲୁମବର୍ଗ ସ୍କୁଲ ଅଫ୍ ପବ୍ଲିକ୍ ହେଲଥରୁ ମାଷ୍ଟର ଅଫ୍ ପବ୍ଲିକରୁ ଶିକ୍ଷା ଲାଭ କରିଛନ୍ତି । ବର୍ତ୍ତମାନ ଅନୁ ଗର୍ଗ ରାଜ୍ୟର ଉନ୍ନୟନ କମିଶନର, ତଥା ଜଳ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଭାବରେ କାର୍ଯ୍ୟରତ ଅଛନ୍ତି । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର