ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି, ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ଅସନ୍ତୋଷ

Madhusudan Das Picture
Published On

ପୁରୀ: ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି ! ପୁରୀ ଶ୍ରୀମନ୍ଦିର ପ୍ରଶାସନର ୨୦୨୬ କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ହୋଇଥିବା ଅଭିଯୋଗ । କ୍ୟାଲେଣ୍ଡରରେ ମହାପ୍ରଭୁଙ୍କର ଯେଉଁ ଚିତ୍ର ସ୍ଥାନିତ କରାଯାଇଛି ସେଥିରେ ଗୁରୁତର ତ୍ରୁଟି ଥିବା ପରିଲକ୍ଷିତ ହୋଇଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ଥାନରେ ପ୍ରଭୁ ବଳଭଦ୍ର ଏବଂ ବଳଭଦ୍ରଙ୍କ ସ୍ଥାନରେ ଶ୍ରୀଜଗନ୍ନାଥଙ୍କ ଚିତ୍ର ଥିବା ଏକ ଫଟୋକୁ ଶ୍ରୀମନ୍ଦିର ପ୍ରଶାସନ କ୍ୟାଲେଣ୍ଡର ୨୦୨୬ ରେ ସ୍ଥାନ ଦିଆଯାଇଛି । ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର କରୁଥିବା ଶ୍ରୀମନ୍ଦିର ପ୍ରଶାସନ ନିଜେ କରିଛି ଏପରି ଅକ୍ଷମଣିୟ ତ୍ରୁଟି ।

ଆହୁରି ପଢ଼ନ୍ତୁ: ଖରାଛୁଟି ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ଦେବାକୁ ସବୁ ଜିଲ୍ଲାପାଳଙ୍କୁ ଗଣଶିକ୍ଷା ବିଭାଗର ଚିଠି

ସେହିପରି ରଥଯାତ୍ରାର ଏକ ଫଟୋ ମଧ୍ୟ କ୍ୟାଲେଣ୍ଡରରେ ରହିଥିବା ବେଳେ ସେଥିରେ ମଧ୍ୟ ତ୍ରୁଟି ଦେଖିବାକୁ ମିଳିଛି। ପ୍ରଥମେ ସୁଭଦ୍ରାଙ୍କ ରଥ, ପରେ ଜଗନ୍ନାଥଙ୍କ ରଥ ଏବଂ ଶେଷରେ ଶ୍ରୀବଳଭଦ୍ରଙ୍କ ରଥ ଟଣା ଯାଉଥିବାର ସମ୍ପର୍କିତ ଚିତ୍ରର ଏକ ଫଟୋ ମଧ୍ୟ କ୍ୟାଲେଣ୍ଡର ରେ ସ୍ଥାନ ପାଇଛି। ତେବେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ୨୦୨୬ କ୍ୟାଲେଣ୍ଡର ରେ ଏଭଳି ତ୍ରୁଟିକୁ ଜଗନ୍ନାଥପ୍ରେମୀ ଓ ଶ୍ରୀମନ୍ଦିର ସେବାୟତ ସମାଲୋଚନା କରିଛନ୍ତି । କ୍ୟାଲେଣ୍ଡର ଛପା ହେବା ପୂର୍ବରୁ କାହା ପରାମର୍ଶରେ ଶ୍ରୀମନ୍ଦିର ପ୍ରଶାସନ ଏଭଳି ତ୍ରୁଟିପୂର୍ଣ୍ଣ ଫଟୋ କ୍ୟାଲେଣ୍ଡର ରେ ସ୍ଥାନ ଦେଇଛି ତାକୁ ନେଇ ସେବାୟତ ମାନେ ପ୍ରଶ୍ନ ଉଠାଇଛନ୍ତି। ଜଗନ୍ନାଥ ସଂସ୍କୃତିକୁ ବିକୃତ କରୁଥିବା ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଥିବାବେଳେ ଖୋଦ୍ ଶ୍ରୀମନ୍ଦିର ପ୍ରଶାସନ ଏହାକୁ ଉଲ୍ଲଘଂନ କରିବା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ତୁରନ୍ତ ଏହି ତ୍ରୁଟିପୂର୍ଣ୍ଣ କ୍ୟାଲେଣ୍ଡର କୁ ଶ୍ରୀମନ୍ଦିର ପ୍ରଶାସନ ପ୍ରତ୍ୟାହାର କରିନେବାକୁ ଦାବି ଜୋର ଧରିଛି। କେଉଁ ଅଧିକାରୀଙ୍କ ଦାୟିତ୍ବହୀନତାରେ ଏଭଳି ତ୍ରୁଟି ହୋଇଛି ତାହାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଜଗନ୍ନାଥପ୍ରେମୀ ଓ ସେବାୟତ ଦାବି କରିଛନ୍ତି।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ବଦଳିବ ଅନେକ ନିୟମ: ଟିକଟଠାରୁ ଟିକସ ଯାଏଁ ୮ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ

31 Dec 2025 By Madhusudan Das

ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି, ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ଅସନ୍ତୋଷ

ପୁରୀ: ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି ! ପୁରୀ ଶ୍ରୀମନ୍ଦିର ପ୍ରଶାସନର ୨୦୨୬ କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ହୋଇଥିବା ଅଭିଯୋଗ । କ୍ୟାଲେଣ୍ଡରରେ ମହାପ୍ରଭୁଙ୍କର ଯେଉଁ ଚିତ୍ର ସ୍ଥାନିତ କରାଯାଇଛି ସେଥିରେ ଗୁରୁତର ତ୍ରୁଟି ଥିବା ପରିଲକ୍ଷିତ ହୋଇଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ଥାନରେ ପ୍ରଭୁ ବଳଭଦ୍ର ଏବଂ ବଳଭଦ୍ରଙ୍କ ସ୍ଥାନରେ ଶ୍ରୀଜଗନ୍ନାଥଙ୍କ ଚିତ୍ର ଥିବା ଏକ ଫଟୋକୁ ଶ୍ରୀମନ୍ଦିର ପ୍ରଶାସନ କ୍ୟାଲେଣ୍ଡର ୨୦୨୬ ରେ ସ୍ଥାନ ଦିଆଯାଇଛି । ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର କରୁଥିବା ଶ୍ରୀମନ୍ଦିର ପ୍ରଶାସନ ନିଜେ କରିଛି ଏପରି ଅକ୍ଷମଣିୟ ତ୍ରୁଟି ।

ସେହିପରି ରଥଯାତ୍ରାର ଏକ ଫଟୋ ମଧ୍ୟ କ୍ୟାଲେଣ୍ଡରରେ ରହିଥିବା ବେଳେ ସେଥିରେ ମଧ୍ୟ ତ୍ରୁଟି ଦେଖିବାକୁ ମିଳିଛି। ପ୍ରଥମେ ସୁଭଦ୍ରାଙ୍କ ରଥ, ପରେ ଜଗନ୍ନାଥଙ୍କ ରଥ ଏବଂ ଶେଷରେ ଶ୍ରୀବଳଭଦ୍ରଙ୍କ ରଥ ଟଣା ଯାଉଥିବାର ସମ୍ପର୍କିତ ଚିତ୍ରର ଏକ ଫଟୋ ମଧ୍ୟ କ୍ୟାଲେଣ୍ଡର ରେ ସ୍ଥାନ ପାଇଛି। ତେବେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ୨୦୨୬ କ୍ୟାଲେଣ୍ଡର ରେ ଏଭଳି ତ୍ରୁଟିକୁ ଜଗନ୍ନାଥପ୍ରେମୀ ଓ ଶ୍ରୀମନ୍ଦିର ସେବାୟତ ସମାଲୋଚନା କରିଛନ୍ତି । କ୍ୟାଲେଣ୍ଡର ଛପା ହେବା ପୂର୍ବରୁ କାହା ପରାମର୍ଶରେ ଶ୍ରୀମନ୍ଦିର ପ୍ରଶାସନ ଏଭଳି ତ୍ରୁଟିପୂର୍ଣ୍ଣ ଫଟୋ କ୍ୟାଲେଣ୍ଡର ରେ ସ୍ଥାନ ଦେଇଛି ତାକୁ ନେଇ ସେବାୟତ ମାନେ ପ୍ରଶ୍ନ ଉଠାଇଛନ୍ତି। ଜଗନ୍ନାଥ ସଂସ୍କୃତିକୁ ବିକୃତ କରୁଥିବା ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଥିବାବେଳେ ଖୋଦ୍ ଶ୍ରୀମନ୍ଦିର ପ୍ରଶାସନ ଏହାକୁ ଉଲ୍ଲଘଂନ କରିବା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ତୁରନ୍ତ ଏହି ତ୍ରୁଟିପୂର୍ଣ୍ଣ କ୍ୟାଲେଣ୍ଡର କୁ ଶ୍ରୀମନ୍ଦିର ପ୍ରଶାସନ ପ୍ରତ୍ୟାହାର କରିନେବାକୁ ଦାବି ଜୋର ଧରିଛି। କେଉଁ ଅଧିକାରୀଙ୍କ ଦାୟିତ୍ବହୀନତାରେ ଏଭଳି ତ୍ରୁଟି ହୋଇଛି ତାହାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଜଗନ୍ନାଥପ୍ରେମୀ ଓ ସେବାୟତ ଦାବି କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର