କାର୍ତ୍ତିକ ପୂର୍ଣ୍ଣିମାରେ 'ସୁପରମୁନ', ବର୍ଷର ସବୁଠୁ ବଡ଼ ଓ ଉଜ୍ଜଳ ଚନ୍ଦ୍ର...

Deviprasad Mohanty Picture
Published On

ଭୁବନେଶ୍ବର: ନଭେମ୍ବର ୫ ତାରିଖର କାର୍ତ୍ତିକ ପୂର୍ଣ୍ଣିମା ଦିନ  ୨୦୨୫ ମସିହାର ୨ୟ 'ସୁପରମୁନ' ଭାବରେ ଦେଖାଯିବ। 'ସୁପରମୁନ' ଶବ୍ଦଟି ପ୍ରଥମେ ଆମେରିକାର ଜ୍ୟୋତିଷ ରିଚାର୍ଡ ନଲ ୧୯୭୯ ମସିହାରେ ପ୍ରଚଳନ କରିଥିଲେ। ଧୀରେ ଧୀରେ “ସୁପରମୁନ “ ଶବ୍ଦଟି ଖୁବ ଲୋକପ୍ରିୟ ହୋଇ ଏବେ ବହୁଳ ଭାବରେ ବ୍ୟବହାର ହେଉଛି ।

ଆହୁରି ପଢ଼ନ୍ତୁ: ବିବାହ ପାଇଁ ପ୍ରେମିକା ମନା କରିବାରୁ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଆମେ ଜାଣିଛେ ଯେ, ଚନ୍ଦ୍ର ପୃଥିବୀ ଚାରିପଟେ ପ୍ରାୟ ୨୭.୫ ଦିନରେ ଥରେ ଏକ ଅଣ୍ଡା କୃତି ପଥରେ ବୁଲିଥାଏ ଓ ପ୍ରାୟ ୨୯ ଦିନରେ ଥରେ ଗୋଟିଏ ପୂର୍ଣ୍ଣିମା ପଡିଥାଏ। ଅଣ୍ଡା କୃତି ପଥରେ ବୁଲୁଥିବାରୁ ସବୁଠାରୁ ନିକଟରେ ଥିଲାବେଳ ଚନ୍ଦ୍ର ଆମଠାରୁ ପ୍ରାୟ ୩.୫୬ ଲକ୍ଷ କିଲୋମିଟର ଦୂରରେ ରହୁଥିଲାବେଳେ ସବୁଠାରୁ ଦୂରରେ ୪.୦୬ ଲକ୍ଷ କିଲୋମିଟର ଦୂରରେ ଥାଏ । ଜ୍ୟୋତିଷ ରିଚାର୍ଡ ନଲ୍‌ଙ୍କ ପରିଭାଷାରେ ଯଦି ଚନ୍ଦ୍ର ଆମଠାରୁ ସାଧାରଣ ଦୂରତାର ୧୦% ବା ତା’ଠାରୁ କମ ଦୂରତା ରେ ଥିବା ସମୟରେ ଏକ ପୂର୍ଣ୍ଣମୀ ପଡିଥାଏ ତେବେ ତାହାକୁ ଆମେ ସୁପରମୁନ କହିଥାଉ। ଅର୍ଥାତ ଯଦି ଚନ୍ଦ୍ର ଅମଠାରୁ ୩.୬୦ ଲକ୍ଷ କିଲୋମିଟର ବା ତା’ଠାରୁ ନିକଟରେ ଥିବା ସମୟରେ ଏକ ପୂର୍ଣ୍ଣମୀ ପଡିଥାଏ ତା’ହେଲେ ସେହି ଚନ୍ଦ୍ରକୁ 'ସୁପରମୁନ' କୁହାଯାଏ କାରଣ ସେ ସମୟରେ ତାହା ଆମକୁ ବଡ ଓ ଉଜ୍ଜଳ ଦେଖାଯାଏ । ପ୍ରାୟ ପ୍ରତ୍ୟେକ ବର୍ଷ ଏହିଭଳି ଘଟଣା ୨ରୁ ୪ ଥର ଘଟିଥାଏ । ୨୦୨୫ ମସିହାରେ '୩- ସୁପରମୁନ ସିରିଜ' ର ୨ୟ 'ସୁପରମୁନ' ନଭେମ୍ବର ୫ ଓ ଶେଷ 'ସୁପରମୁନ' ଟି ଡିସେମ୍ବର ୪ ତାରିଖରେ ଦେଖାଯିବ। ସେଦିନ ଚନ୍ଦ୍ରଟି ଆମକୁ ସାଧାରଣ ଦିନର ପୂର୍ଣ୍ଣ ଚନ୍ଦ୍ର ଠାରୁ ପ୍ରାୟ ୭% ବଡ ସହ ୧୫% ଉଜ୍ଜଳ  ଦେଖାଯିବ। ୨୦୨୬ ମସିହାର ଜାନୁଆରି ୩, ନଭେମ୍ବର ୨୪ ଓ ଡିସେମ୍ବର ୨୩ ତାରିଖରେ ୩ଟି ସୁପରମୁନ ଦେଖାଯିବ।

ଆହୁରି ପଢ଼ନ୍ତୁ: ସରକାର ଓ ପୁଲିସ ବିରୋଧରେ ସାଂଘାତିକ ଅଭିଯୋଗ: 'କ୍ରସ୍‌ ଭୋଟିଂ ନ କରିବାରୁ ବିଜେଡି ବିଧାୟିକାଙ୍କୁ ନିର୍ଯାତନା'

ଏହା ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟ ଯାହାକୁ ଖାଲି ଆଖିରେ ଦେଖିହେବ। ଓଡିଶା ତଥା ଭାରତର ସବୁ ଅଞ୍ଚଳରୁ ଆକାଶ ମେଘ ମୁକ୍ତ ଥିଲେ  ଏହାକୁ ଖାଲି ଆଖିରେ ରାତି ସାରା ଦେଖିହେବ। 'ସୁପରମୁନ' ଏକ ସାଧାରଣ ମହାଜାଗତିକ ଘଟଣା ଓ ଏହାର କୌଣସି ପ୍ରଭାବ ପୃଥିବୀ  ତଥା ଆମ ଉପରେ ପଡେନାହିଁ।

ଆହୁରି ପଢ଼ନ୍ତୁ: ପ୍ରଭାତୀଙ୍କ ବିରୋଧରେ ସମୀରଙ୍କ ଯୁଦ୍ଧଂ ଦେହି ଡକରା: ପଞ୍ଚାୟତ ନିର୍ବାଚନରେ ପ୍ରଭାତୀଙ୍କ ପ୍ରାର୍ଥୀଙ୍କୁ ବିରୋଧ ଚେତାବନୀ

04 Nov 2025 By Deviprasad Mohanty

କାର୍ତ୍ତିକ ପୂର୍ଣ୍ଣିମାରେ 'ସୁପରମୁନ', ବର୍ଷର ସବୁଠୁ ବଡ଼ ଓ ଉଜ୍ଜଳ ଚନ୍ଦ୍ର...

ଭୁବନେଶ୍ବର: ନଭେମ୍ବର ୫ ତାରିଖର କାର୍ତ୍ତିକ ପୂର୍ଣ୍ଣିମା ଦିନ  ୨୦୨୫ ମସିହାର ୨ୟ 'ସୁପରମୁନ' ଭାବରେ ଦେଖାଯିବ। 'ସୁପରମୁନ' ଶବ୍ଦଟି ପ୍ରଥମେ ଆମେରିକାର ଜ୍ୟୋତିଷ ରିଚାର୍ଡ ନଲ ୧୯୭୯ ମସିହାରେ ପ୍ରଚଳନ କରିଥିଲେ। ଧୀରେ ଧୀରେ “ସୁପରମୁନ “ ଶବ୍ଦଟି ଖୁବ ଲୋକପ୍ରିୟ ହୋଇ ଏବେ ବହୁଳ ଭାବରେ ବ୍ୟବହାର ହେଉଛି ।

ଆମେ ଜାଣିଛେ ଯେ, ଚନ୍ଦ୍ର ପୃଥିବୀ ଚାରିପଟେ ପ୍ରାୟ ୨୭.୫ ଦିନରେ ଥରେ ଏକ ଅଣ୍ଡା କୃତି ପଥରେ ବୁଲିଥାଏ ଓ ପ୍ରାୟ ୨୯ ଦିନରେ ଥରେ ଗୋଟିଏ ପୂର୍ଣ୍ଣିମା ପଡିଥାଏ। ଅଣ୍ଡା କୃତି ପଥରେ ବୁଲୁଥିବାରୁ ସବୁଠାରୁ ନିକଟରେ ଥିଲାବେଳ ଚନ୍ଦ୍ର ଆମଠାରୁ ପ୍ରାୟ ୩.୫୬ ଲକ୍ଷ କିଲୋମିଟର ଦୂରରେ ରହୁଥିଲାବେଳେ ସବୁଠାରୁ ଦୂରରେ ୪.୦୬ ଲକ୍ଷ କିଲୋମିଟର ଦୂରରେ ଥାଏ । ଜ୍ୟୋତିଷ ରିଚାର୍ଡ ନଲ୍‌ଙ୍କ ପରିଭାଷାରେ ଯଦି ଚନ୍ଦ୍ର ଆମଠାରୁ ସାଧାରଣ ଦୂରତାର ୧୦% ବା ତା’ଠାରୁ କମ ଦୂରତା ରେ ଥିବା ସମୟରେ ଏକ ପୂର୍ଣ୍ଣମୀ ପଡିଥାଏ ତେବେ ତାହାକୁ ଆମେ ସୁପରମୁନ କହିଥାଉ। ଅର୍ଥାତ ଯଦି ଚନ୍ଦ୍ର ଅମଠାରୁ ୩.୬୦ ଲକ୍ଷ କିଲୋମିଟର ବା ତା’ଠାରୁ ନିକଟରେ ଥିବା ସମୟରେ ଏକ ପୂର୍ଣ୍ଣମୀ ପଡିଥାଏ ତା’ହେଲେ ସେହି ଚନ୍ଦ୍ରକୁ 'ସୁପରମୁନ' କୁହାଯାଏ କାରଣ ସେ ସମୟରେ ତାହା ଆମକୁ ବଡ ଓ ଉଜ୍ଜଳ ଦେଖାଯାଏ । ପ୍ରାୟ ପ୍ରତ୍ୟେକ ବର୍ଷ ଏହିଭଳି ଘଟଣା ୨ରୁ ୪ ଥର ଘଟିଥାଏ । ୨୦୨୫ ମସିହାରେ '୩- ସୁପରମୁନ ସିରିଜ' ର ୨ୟ 'ସୁପରମୁନ' ନଭେମ୍ବର ୫ ଓ ଶେଷ 'ସୁପରମୁନ' ଟି ଡିସେମ୍ବର ୪ ତାରିଖରେ ଦେଖାଯିବ। ସେଦିନ ଚନ୍ଦ୍ରଟି ଆମକୁ ସାଧାରଣ ଦିନର ପୂର୍ଣ୍ଣ ଚନ୍ଦ୍ର ଠାରୁ ପ୍ରାୟ ୭% ବଡ ସହ ୧୫% ଉଜ୍ଜଳ  ଦେଖାଯିବ। ୨୦୨୬ ମସିହାର ଜାନୁଆରି ୩, ନଭେମ୍ବର ୨୪ ଓ ଡିସେମ୍ବର ୨୩ ତାରିଖରେ ୩ଟି ସୁପରମୁନ ଦେଖାଯିବ।

ଏହା ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟ ଯାହାକୁ ଖାଲି ଆଖିରେ ଦେଖିହେବ। ଓଡିଶା ତଥା ଭାରତର ସବୁ ଅଞ୍ଚଳରୁ ଆକାଶ ମେଘ ମୁକ୍ତ ଥିଲେ  ଏହାକୁ ଖାଲି ଆଖିରେ ରାତି ସାରା ଦେଖିହେବ। 'ସୁପରମୁନ' ଏକ ସାଧାରଣ ମହାଜାଗତିକ ଘଟଣା ଓ ଏହାର କୌଣସି ପ୍ରଭାବ ପୃଥିବୀ  ତଥା ଆମ ଉପରେ ପଡେନାହିଁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର