ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସନ୍ତାକାଲି ବାମଦଳର ୬ ଘଣ୍ଟିଆ ଓଡିଶା ବନ୍ଦ ଡାକରା, କଂଗ୍ରେସର ସମର୍ଥନ

ଭୁବନେଶ୍ୱର: କରୋନା ମହାମାରୀ ଯୋଗୁଁ ସାଧାରଣ ଲୋକଙ୍କ ଜୀବନ ଓ ଜୀବିକା ସଙ୍କଟାପନ୍ନ ହୋଇପଡ଼ିଛି । ତାସାଙ୍ଗକୁ ଶହେ ଉପରେ ପେଟ୍ରୋଲ ଓ ଡିଜେଲ, ୯ ଶହ ମୁହାଁ ଗ୍ୟାସ୍ । ହୋଟେଲରୁ ହାଣ୍ଡିଶାଳ ମହଙ୍ଗା ମାଡ଼ରେ ସବୁ ଅସ୍ତବ୍ୟସ୍ତ ହୋଇ ପଡ଼ିଲେଣି । ଅହେତୁକ ଦରବୃଦ୍ଧିର ପ୍ରତିବାଦ କରି ଆସନ୍ତାକାଲି ଗୁରୁବାର ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି ବାମ ଦଳ ।

ଏଣୁ ଜନମାରଣ ନୀତି ବିରୁଦ୍ଧରେ ସିପିଆଇ, ସିପିଆଇ (ଏମ), ସିପିଆଇ(ଏମଏଲ) ଲିବରେସନ, ଫରୱାର୍ଡ ବ୍ଲକ ପ୍ରମୁଖ ୪ଟି ବାମ ଦଳ ଆସନ୍ତାକାଲି (ଜୁଲାଇ ୧୫) ତାରିଖ ଗୁରୁବାର ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ୟ୍ୟନ୍ତ ୬ ଘଣ୍ଟିଆ ‘ଓଡ଼ିଶା ବନ୍ଦ’ର ଡାକରା ଦେଇଛନ୍ତି । ଏହି ବନ୍ଦ ଡାକରାକୁ ଭାରତୀୟ ଜାତୀୟ କଂଗ୍ରେସ ପୂର୍ଣ୍ଣ ସମର୍ଥନ କରିବ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଂଜନ ପଟ୍ଟନାୟକ ପ୍ରକାଶ କରିଛନ୍ତି ବୋଲି ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଏକ ବିଜ୍ଞପ୍ତିରେ ଜଣାଇଛନ୍ତି ।

୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଲୋକସେବା ଭବନ, ଖାରବେଳ ଭବନରେ ସୁରକ୍ଷାକୁ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦେଇଛି ଗୃହ ବିଭାଗ । ଲୋକସେବା ଭବନ, ଖାରବେଳ ଭବନ, ରାଜୀବ ଭବନରେ କାର୍ୟ୍ୟରତ କର୍ମଚାରୀ ସକାଳ ୯ଟା ୩୦ ସୁଦ୍ଧା ଅଫିସ୍ ପହଞ୍ଚିବାକୁ କୁହାଯାଇଛି । ଲୋକସେବା ଭବନର ମୁଖ୍ୟ ଫାଟକ ଦିନ ୧୦ଟା ୧୫ ସୁଦ୍ଧା ବନ୍ଦ କରି ଦିଆଯିବ ।

Leave A Reply

Your email address will not be published.