ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୨୫ରୁ ବିଧାନସଭାର ବଜେଟ୍ ଅଧିବେଶନ : ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଚଳିତ ମାସ ୨୫ ତାରିଖରୁ ଆରମ୍ଭ ହେବ ଷୋଡ଼ଶ ବିଧାନସଭାର ବଜେଟ୍ ଅଧିବେଶନ । ଏହା ପୂର୍ବରୁ ଅଜି ବସିବ ସର୍ବଦଳୀୟ ବୈଠକ । ସକାଳ ସାଢେ ୧୧ଟାରେ ଏହି ବୈଠକ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ।

ଚଳିତ ବଜେଟ ଅଧିବେଶନ ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ଯାଏଁ ଚାଲିବ ବଜେଟ ଅଧିବେଶନ । ବଜେଟ ଅଧିବେଶନରେ ମୋଟ ୬ଟି କାର୍ଯ୍ୟ ଦିବସ ରହିବ । ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ପାଇଁ ଆଜି ବିଧାନସଭାର ୫୯ନମ୍ବର ପ୍ରକୋଷ୍ଠରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ । ସାଧାରଣତଃ ବିଧାନସଭା ଆରମ୍ଭ ହେବାର ୨ ଦିନ ପୂର୍ବରୁ ବସିଥାଏ ସର୍ବଦଳୀୟ ବୈଠକ । କିନ୍ତୁ ପୌର ନିର୍ବାଚନରେ ବିଧାୟକମାନେ ବ୍ୟସ୍ତ ରହୁଥିବାରୁ ବିଧାନସଭା ଅଧିବେଶନର ୧୦ ଦିନ ପୂର୍ବରୁ ବୈଠକ ଡକାଯାଇଛି ବୋଲି ବିଧାନସଭା ସଚିବାଳୟ ସୂତ୍ରରୁ ଜଣାପଡ଼ିଛି।

ବିଧାନସଭା ନିୟମାବଳୀ ଏବଂ ପ୍ରକ୍ରିୟା ଅନୁଯାୟୀ ଅଧିବେଶନ ଅନୁଷ୍ଠିତ ହେବ । ଅଧିବେଶନରେ ପ୍ରଶ୍ନକାଳ, ଶୂନ୍ୟକାଳ ତଥା ମୁଲତବୀ ପ୍ରସ୍ତାବ ଆଦି ରହିବ ବୋଲି ସେ ପ୍ରକାଶ କରିଛନ୍ତି । ବିଧାନସଭା ଆରମ୍ଭ ଅର୍ଥାତ ମାର୍ଚ୍ଚ ୨୫ ତାରିଖ ଦିନ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କ ଅଭିଭାଷଣ ପ୍ରଦାନ କରିବେ । ଏହାପରେ ମାର୍ଚ୍ଚ ୨୫, ୨୬ ଓ ୨୮ ତାରିଖ ତିନିଦିନ ଗୃହରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ବିସ୍ତୃତ ଭାବରେ ଆଲୋଚନା ହେବ । ମାର୍ଚ୍ଚ ୩୦ ତାରିଖରେ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨/୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ ଏବଂ ମାର୍ଚ୍ଚ ୩୧ ତାରିଖରେ ଭୋଟ ଅନ୍ ଆକାଉଣ୍ଟ ସଂକ୍ରାନ୍ତୀୟ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବ । ଆଦି ସମ୍ପର୍କରେ ସର୍ବଦଳୀୟ ବୈଠକରେ ଆଲୋଚନା କରାଯିବ ବୋଲି ବାଚସ୍ପତି ଡ. ପାତ୍ର କହିଛନ୍ତି।

Leave A Reply

Your email address will not be published.