ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପାଗରେ ହେବ ପରିବର୍ତ୍ତନ: ଆଜି ଓ ଆସନ୍ତାକାଲି ରାଜ୍ଯର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ରାଜ୍ଯର ୮ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷ ସମ୍ଭାବନା ରହିଛି । ଉକ୍ତ ୮ ଜିଲ୍ଲାଗୁଡିକ ହେଲା ମୟୁରଭଞ୍ଜ, ବାଲେଶ୍ୱର, କନ୍ଧମାଳ, ଗଜପତି, ରାୟଗଡା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି। ସେହିପରି ଆସନ୍ତାକାଲି ମଧ୍ଯ ୭ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେ ନେଇ ୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ ଓ ନୟାଗଡ। ଅନ୍ୟ ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିବା ସହ ଜଳବାୟୁ ପରିବର୍ତ୍ତନ କ୍ଷେତ୍ରରେ ସେତେଟା ପରିବର୍ତ୍ତନ ହେବନି ବୋଲି ପାଣିପାଗ ବିଭାଗ କହିଛି।

Leave A Reply

Your email address will not be published.