ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ : ୭ଟି ଜିଲ୍ଲାରେ ୨ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ବର : ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି। ଏହା ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଠାରୁ ଶ୍ରୀଲଙ୍କା ଦେଇ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପର୍ୟ୍ୟନ୍ତ ଲମ୍ବିଛି । ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି ହେବା ସହ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୨ ତାରିଖ ଯାଏ ପାଗରେ ପରିବର୍ତ୍ତନ ହେବ। ତେବେ ଏହା ସହ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପାଗ ପରିବର୍ତ୍ତନ ହେବା ସହିତ ଏହି ସମୟରେ ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହେବାର ପୁର୍ବାନୁମାନ କରାଯାଇଛି ।

ଗଞ୍ଜାମ,ଗଜପତି,କନ୍ଧମାଳ,ରାୟଗଡା,କୋରାପୁଟ,ମାଲାକନଗିରି ଏବଂ ନବରଙ୍ଗପୁର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୯ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା,ଭଦ୍ରକ,ଯାଜପୁର,ବାଲେଶ୍ୱର ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ଗତ କିଛି ଦିନ ମଧୟରେ ରାତି ସମରେ ତାପମାତ୍ରରେ ପରିବର୍ତ୍ତନ ଆସୁଥିବା ବେଳେ ଏବେ ଆଗାମି ୩ ରୁ ୪ ଦିନ ଏଥିରେ କୌଣସି ପରିବର୍ତ୍ତନ ନଆସିପାରେ । ଏବେ ପାଗ ମେଘୁଆ ରହିବା ପୁର୍ବାନୁମାନ କରାଯାଇଥିବାବେଳେ ଏହା ପରେ ତାପମାତ୍ରା କମିବାର ପୁର୍ବାନୁମାନ କରାଯାଇଛି ।

 

Leave A Reply

Your email address will not be published.