ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବଙ୍ଗୋପସାଗରରେ ଲଘୁଚାପ : ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୯ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ବର : ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ତଥା ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପ ବଳୟ ଯୋଗୁଁ ଶନିବାର ଦିନ ଉପକୂଳ ସମେତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଯାଇଛି। ଲଘୁଚାପ ବଳୟଟି ବର୍ତ୍ତମାନ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୧୯ ତାରିଖ ଯାଏ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।


ଲଘୁଚାପ ପ୍ରଭାବରେ ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର । ସେହିପରି ୧୬ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ସୁନ୍ଦରଗଡ଼, ଅନୁଗୁଳ ଓ ଢ଼େଙ୍କାନାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସମ୍ଭାବନା ରହିଛି ।


ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଉ ୩ ଦିନ ବର୍ଷା ହେବ । ୧୮ ତାରିଖ ଦିନ ମୟୂରଭଂଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହୋଇପାରେ । ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମମ୍ଭଗଜପତି, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ୧୯ ତାରିଖ ମଧ୍ୟ କିଛି ଜିଲ୍ଲାରେ ବର୍ଷା ହୋଇପାରେ । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ପ୍ରବଳ ବର୍ଷା ଏବଂ ପବନ ପାଇଁ ୧୯ ତାରିଖ ପର୍ୟ୍ୟନ୍ତ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ପ୍ରବେଶ ନ କରିବାକୁ ମତ୍ସଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.