ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ନେଇପାରେ ବାତ୍ୟା’ର ରୂପ

ଭୁବନେଶ୍ବର : ୨୪ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଲଘୁଚାପ । ଭାରତ ମହାସାଗର-ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଏହି ଲଘୁଚାପ ବଳୟ । ଏହା କ୍ରମଶଃ ଘନୀଭୂତ ହୋଇ ଉତ୍ତର ବଙ୍ଗୋପସାଗରରେ ପହଞ୍ଚିବ।ପରେ ଏହି ଲଘୁଚାପ ଘନିଭୂତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରିଛନ୍ତି।

ଲଘୁଚାପ ବାତ୍ୟାର ରୂପ ନେବା ପରେ ଗତିପଥ ପରିବର୍ତ୍ତନ କରିବା ପରେ ଏହା ଉତର ଉତ୍ତର ପଶ୍ଚିମ ଦିଗରେ ଗତି କରି ବାଙ୍ଗଲାଦେଶରେ ସ୍ଥଳଭାଗ ଅତିକ୍ରମ କରିବ ବୋଲି ଆକଳନ କରାଯାଉଛି । ଏହାର ପ୍ରଭାବରେ ଉପକୂଳ ଓଡିଶାରେ ପାଗ ମେଘୁଆ ରହିପାରେ ଏବଂ ସ୍ଥାନେ ସ୍ଥାନେ ଅଳ୍ପ ବର୍ଷା ହେବା ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡିଶାରେ କିନ୍ତୁ ଗ୍ରୀଷ୍ନ ପ୍ରବାହ ଜାରି ରହିବ ବୋଲି କହିଛନ୍ତି ସୋଆ ବିଶ୍ୱବିଦ୍ୟାଳୟର ପାଣିପାଗ ବିଭାଗ ମୁଖ୍ୟ ଶରତ ଚନ୍ଦ୍ର ସାହୁ ।

ପାଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି ଯେ ଲଘୁଚାପ ହେବା ପରେ ଏହା ବାତ୍ୟାର ରୂପ ନେଇପାରେ । ତେବେ ଆସନ୍ତା ମାର୍ଚ୍ଚ ୨୦ରେ ବ୍ୟାତ୍ୟା ନେଇ ଚିତ୍ର ସ୍ପଷ୍ଟ ହେବ । ଯଦି ଏହି ଲଘୁଚାପ ବାତ୍ୟା ରୂପ ନିଏ ତେବେ ଏହାର ନାମ ହେବ ‘ଆସାନି’ । ଏହାର ନାମକରଣ ଶ୍ରୀଲଙ୍କା ରଖିଛି । ବାତ୍ୟା ରୂପ ନେବା ପରେ ଏହା ଓଡ଼ିଶା ଉପକୂଳ ଦେଇ ବାଂଲାଦେଶ ଆଡକୁ ଗତି କରିବ । ଘଣ୍ଟାପ୍ରତି ୮୦ ରୁ ୯୦କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ଓଡ଼ିଶାରୁ ୨୦୦କିମି ଦୂର ଦେଇ ଗତିକରିବ ବାତ୍ୟା ‘ଆସାନି’ । ୨୩ରେ ଏହା ଲ୍ୟାଣ୍ଡଫଲ କରିପାରେ ବୋଲି ଅନୁମାନ କରାଯାଉଛି । ଏହାର ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ । ତେବେ ବାତ୍ୟା ନେଇ ଆଞ୍ଚଳିକ ପାଣିପାଗ ପକ୍ଷରୁ ସ୍ପଷ୍ଟ ସୂଚନା ନାହିଁ ।

Leave A Reply

Your email address will not be published.