ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ସେହିପରି ବଜ୍ରପାତ ସହ ବର୍ଷା ପାଇଁ ୨୦ ଜିଲ୍ଲାକୁ ମଧ୍ୟ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ୨୦ ଜିଲ୍ଲା ଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର । ସେପଟେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Leave A Reply

Your email address will not be published.