୨୮ ସୁଦ୍ଧା ଓଡ଼ିଶାରେ ଲ୍ୟାଣ୍ଡଫଲ କରିବ ବାତ୍ୟା ! – IMD ଜିଏଫଏସ ମଡେଲ

ଭୁବନେଶ୍ବର: ୨୮ ସୁଦ୍ଧା ଓଡ଼ିଶାରେ ଲ୍ୟାଣ୍ଡଫଲ କରିବ ବାତ୍ୟା !  IMD ଜିଏଫଏସ ମଡେଲ ଅନୁସାରେ ୨୮ ଭିତରେ ଲ୍ୟାଣ୍ଡଫଲ ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ସୁଦ୍ଧା ବାତ୍ୟାର ଗତିପଥ ଆକଳନ କରାଯାଇନି । ବତ୍ୟାର ଗତିପଥ ପରିବର୍ତ୍ତନ ହୋଇପାରେ ବୋଲି ମଧ୍ଯ ଆକାଳନ କରାଯାଇଛି।

ସେହିପରି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଗତକାଲିର ଘୂର୍ଣ୍ଣିବଳୟ ଆଜି ସକାଳ ୮.୩୦ ସମୟରେ ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ବ୍ୟାପିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ଥିବା ବେଳେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟା ର ରୂପ ନେବାର ସମ୍ଭାବନା ରହିଛି। ୨୨ ସୁଦ୍ଧା ସମୁଦ୍ରରୁ ମତ୍ସ୍ୟଜୀବୀଙ୍କୁ ଫେରି ଆସିବାକୁ ପରମାର୍ଶ ଦିଆଯାଇଛି।

Leave a comment