ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପରିବା ବ୍ୟବସାୟୀଙ୍କୁ ଭୁଜାଲିରେ ହାଣି ଦୁର୍ବୃତ୍ତମାନେ ଲୁଟିନେଲେ ଟଙ୍କା ଓ ବାଇକ୍

ଭୋଗରାଇ: ଜଳେଶ୍ୱର-ଚନ୍ଦନେଶ୍ୱର ୫୭ ନମ୍ବର ରାଜ୍ୟ ରାଜପଥରେ ଦୁର୍ବୃତ୍ତ ମାନଙ୍କ ଦ୍ୱାରା ଲୁଟର ଶୀକାର ହୋଇଛନ୍ତି ଜନୈକ ପରିବା ବ୍ୟବସାୟୀ। ଦୁର୍ବୃତ୍ତମାନେ ତାଙ୍କୁ ଭୁଜାଲିରେ ହାଣି ନଗଦ ଟଙ୍କା ସହ ବାଇକକୁ ଲୁଟି ନେଇ ଆଖିପିଛୁଳାକେ ସେଠାରୁ ଉଭାନ ହୋଇଯାଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ଆକ୍ରମଣରେ ଶୀକାର ହୋଇଥିବା ବ୍ୟବସାୟଙ୍କୁ ଗୁତୁରର ଅବସ୍ଥାରେ ପ୍ରଥମେ ଜଳେଶ୍ୱରପୁର ଗୋଷ୍ଠୀ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କର ଅବସ୍ଥା ସଙ୍କଟାପନ୍ନ ଥିବାରୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି।

ସୂଚନା ଅନୁଯାୟୀ, ଭୋଗରାଇ ଥାନା ଅନ୍ତର୍ଗତ କୁଚିଲାଡଙ୍ଗର ଗ୍ରାମର ଶଶିକାନ୍ତ ପରିଡା ପରିବା ବ୍ୟବସାୟ କରୁଥିବା ବେଳେ ପ୍ରତିଦିନ ସେ ପରିବା କିଣିବା ପାଇଁ ବାଲିଆପାଳ ସିମୁଳିଆ ବଜାରକୁ ଯାଆନ୍ତି। ଏହି ଯିବା ସମୟରେ ଭୋରରୁ ଜଳେଶ୍ୱର -ଚନ୍ଦନେଶ୍ୱର ୫୭ ନଂ ରାଜ୍ୟ ରାଜପଥ ବାଟଗ୍ରାମ ପୋଲ ନିକଟରେ ଦୁଇଜଣ ଦୁର୍ବୃତ୍ତ ମୋଟର ସାଇକେଲରେ ଆସି ତାଙ୍କୁ ଅଟକାଇଥିଲେ। ଭୁଜାଲିରେ ତାଙ୍କୁ ଆକ୍ରମଣ କରି ନଗଦ ୯ ହଜାର ଟଙ୍କା ଓ ବାଇକ ନେଇ ଆଖି ପିଛୁଳାକେ ସେଠାରୁ ପଳାଇ ଯାଇଥିଲେ । ସ୍ଥାନୀୟ ଲୋକେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଶଶିକାନ୍ତଙ୍କୁ ପ୍ରଥମେ ଜଳେଶ୍ୱର ଗୋଷ୍ଠୀ ସ୍ଵାସ୍ଥ୍ୟାକେନ୍ଦ୍ରରେ ଭର୍ତ୍ତି କରିଥିଲେ ମାତ୍ର ତାଙ୍କର ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଅନ୍ୟପକ୍ଷରେ କାମର୍ଦ୍ଦା ଥାନା ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.