ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ, ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି । ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୪ ଟାରୁ ରାତି ୮ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବ, ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମହାସ୍ନାନ ଅନୁଷ୍ଠିତ ହୋଇଛି । ଆଜି ମଙ୍ଗଳ ଆଳତୀ ପରେ ରତ୍ନ ସିଂହାସନ ଉପରେ ଥିବା ସିଂହାରୀ ସେବାୟତଙ୍କ ଗୋଡ଼ ଖୁଣ୍ଟିଆ ସେବାୟତଙ୍କ ଦେହରେ ବାଜିଯିବାରୁ ଠାକୁରଙ୍କୁ ମହାସ୍ନାନ କରାଯାଇଛି । ଏଥିପାଇଁ ମହାପ୍ରଭୁଙ୍କ ନୀତିରେ ପ୍ରାୟ ୧ ଘଣ୍ଟା ବିଳମ୍ବ ହୋଇଛି ।

Leave A Reply

Your email address will not be published.