ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ଆସନ୍ତାକାଲି ଅର୍ଥାତ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆପାତତଃ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।

ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆସନ୍ତାକାଲି ଅପରାହ୍ନ ୫ ଟାରୁ ରାତି ୯ ଟା ପର୍ୟ୍ୟନ୍ତ  ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Leave A Reply

Your email address will not be published.