ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ

ପୁରୀ : ଆଜି ଫାଲଗୁନ କୃଷ୍ଣ ପକ୍ଷ ତୃତୀୟା ତିଥି। ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ ବନକଲାଗି ନୀତି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ।ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦତ୍ତମହାପାତ୍ର ସେବକମାନଙ୍କୁ ବନକଲାଗି ନୀତି ପାଇଁ ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ସାମଗ୍ରୀ ଯୋଗାଇ ଦିଆଯାଇଛି।

ବନକଲାଗି ନୀତି ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ୬  ଟା ରୁ ରାତ୍ର ୧୦ ଘଟିକା ପର୍ଯ୍ଯନ୍ତ ପ୍ରାୟ ଚାରିଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପରେ ଶ୍ରୀଜୀଉଙ୍କ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ବ୍ୟବସ୍ଥା ଆରମ୍ଭ କରାଯିବ।

Leave a comment