ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
BJD 166×600

ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରରେ ଉଠିଲା ମହାଦୀପ, ହର ହର ମହାଦେବ ଧ୍ୱନିରେ ପ୍ରକମ୍ପିତ ହେଲା ମନ୍ଦିର ପରିସର

ଭୁବନେଶ୍ବର: ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରରେ ଉଠିଲା ମହାଦୀପ । ବେଢ଼ା ପରିକ୍ରମା ପରେ ଲିଙ୍ଗରାଜ ମନ୍ଦିରର ଉପରକୁ ରାତି ୧୦ଟା ୧୭ ମିନିଟରେ ଉଠିଛି ମହାଦୀପ । ହର ହର ମହାଦେବ ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ମନ୍ଦିର ପରିସର। ମହାଦୀପ ଦର୍ଶନ ବେଳେ ଭାବ ବିହୋଳ ହୋଇପଡ଼ିଥିଲେ ଶ୍ରଦ୍ଧାଳୁ। ମହାଦୀପ ଦେଖିଲାପରେ ନିଜର ଉପବାସ ଭଙ୍ଗ କରିଥିଲେ ହଜାର ହଜାର ଶ୍ରଦ୍ଧାଳୁ ।

Article Bottom (Mobile Only)

ଶ୍ରୀଲିଙ୍ଗରାଜଙ୍କ ସନ୍ଧ୍ୟା ଆଳତି ଓ ଟେରାଫିଟା ନୀତି ଶେଷ ହେବା ପରେ ଶ୍ରୀଜିଉଙ୍କ ଯାତ୍ରା ପୂଜା ଓ ବେଢ଼ା ନୀତି ଅନୁଷ୍ଠିତ ହୋଇଥିଲା। ଏହା ପରେ ମହାଦୀପ ଉଠିବା ନେଇ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା।

Leave A Reply

Your email address will not be published.