ସମ୍ଭାବ୍ୟ ଲଘୁଚାପ ନେଇ ଜିଲ୍ଲାପାଳମାନଙ୍କୁ ସଜାଗ କଲେ ଏସ୍‌ଆର୍‌ସି, ୬ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ସମ୍ଭାବ୍ୟ ଲଘୁଚାପ ନେଇ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଏସ୍‌ଆର୍‌ସିଙ୍କ ଚିଠି । ଆସନ୍ତା ୩୦ରେ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଏସ୍‌ଆର୍‌ସି କହିଛନ୍ତି । ସମସ୍ତ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ ଚିଡି ଲେଖିଛନ୍ତି ଏସ୍‌ଆର୍‌ସି । ରାଜ୍ୟରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶା ସହ ୬ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭବନା ରହିଛି । ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ବର୍ଷା ହେବାର ସମ୍ଭବନା ରହିଛି । ଏହି କାରଣରୁ ମତ୍ସଜୀବୀମାନଙ୍କୁ ୨ ତାରିଖ ପୂର୍ବରୁ ସମୂଦ୍ରରୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି ।

ବର୍ତ୍ତମାନ ଧାନ ଫସଲର ଅମଳ ଋତୁ ଚାଲିଥିବା ବେଳେ ଆସୁଥିବା ଲଘୁଚାପ ଚାଷୀଙ୍କୁ କ୍ଷତି ପହଞ୍ଚାଇପାରେ । ଏଣୁ ଚାଷୀମାନଙ୍କୁ ଆଗୁଆ ସତର୍କ କରିବା ସହ ଅଧିକ ବର୍ଷାର ଆଶଙ୍କା ଥିବା ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସ୍ୱତନ୍ତ୍ର ରିଲିଫ କମିଶନର  ପ୍ରଦୀପ ଜେନା ସଜାଗ ରହିବା ପାଇଁ ପରାମର୍ଶ ଦେଇଛନ୍ତି। ରାଜ୍ୟର ଛଅଟି ଜିଲ୍ଲା  ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ଆସନ୍ତା ୨ ଓ ୩ ତାରିଖରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ତେଣୁ ଉପରୋକ୍ତ ସମସ୍ତ ଜିଲ୍ଲା ଗୁଡ଼ିକ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି ।

ସୂଚନାଯୋଗ୍ୟ ଯେ, ଦକ୍ଷିଣ ଆଣ୍ଡାମାନ ସମୁଦ୍ରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର ଆଡକୁ ଗତି କରିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Leave a comment