ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ୨୪ରେ ବାତ୍ୟାର ରୂପ ନେବ, ୨୬ରେ ସ୍ଥଳଭାଗ ଛୁଇଁବ

ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇଛି । ୨୪ ତାରିଖ ସୁଦ୍ଧା ଏହା ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହା କ୍ରମଶଃ ଘନୀଭୂତ ହୋଇ ଅତି ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହେବ । ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବ ବୋଲି ଜଣାପଡ଼ିଛି।


୨୬ ତାରିଖ ସକାଳେ ପଶ୍ଚିମବଙ୍ଗ ଏବଂ ତତସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳ ଓ ବାଂଲାଦେଶ ଉପକୂଳକୁ ଏହା ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ବାତ୍ୟା ପ୍ରଭାବରେ ୨୪ ତାରିଖରୁ ପବନ ଆରମ୍ଭ ହେବ । ୨୫ ତାରିଖରେ ଓଡ଼ିଶା ଉପକୂଳ ଜିଲ୍ଲାରେ ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply

Your email address will not be published.